ପୁଣି ଉଠିଲା ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବି

ବଞ୍ଚୋ,୨୫ା୨(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ସ୍ବତନ୍ତ୍ର ଜିଲା ମାନ୍ୟତା ପାଇବା ପାଇଁ ସମସ୍ତ ସର୍ତ୍ତ ପୂରଣ କରୁଥିବା ସତ୍ତ୍ୱେ ଏହା ଅବହେଳିତ ହୋଇରହିଛି। ଦୁଇ ବର୍ଷ ଅନ୍ତରରେ ପୁଣି ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ଦାବି ପ୍ରସଙ୍ଗ ଚର୍ଚ୍ଚାକୁ ଆସିଛି। ଏବେ ରାଜ୍ୟରେ ଓ କେନ୍ଦ୍ରରେ ଭାଜପା ସରକାର ଜିଲା ଦାବି ପ୍ରସଙ୍ଗରେ ଗୁରୁତ୍ୱ ଅନେକ ବୋଲି ଅନୁଭବ କରି ଆନନ୍ଦପୁର ବିକାଶ ପରିଷଦ ନିଜର ହକ୍‌ ପାଇଁ ଅଣ୍ଟାଭିଡ଼ିଛି। ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ପ୍ରଦାନ ଦାବି କରାଯାଇ ବିକାଶ ପରିଷଦ ଆନୁକୂଲ୍ୟରେ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କ ନିକଟରେ ଦେଇଛନ୍ତି।

ଆନନ୍ଦପୁର ବିକାଶ ପରିଷଦର ସଭାପତି ରମାକାନ୍ତ ନାୟକଙ୍କ ସଂଯୋଜନାରେ ଆୟୋଜିତ ଦାବିପତ୍ର ବୁଧବାର ଦିଆଯାଇଛି। ଉପଦେଷ୍ଟା ମହେଶ୍ୱର ସାହୁ, ମଦନ ପାଣି, ଭାଗିରଥୀ ଦାଶ, ଶତ୍ରୁଘ୍ନ ସାହୁ, ନିରାକାର ଦଳେଇ, ସୋମନାଥ ମିଶ୍ର, ରମେଶ କୁମାର ସିଂହ, ଇଲାଟେନ୍ଦୁ ଧୀର, ଲୋକନାଥ ସିଂହ, ଗଗନସିଂହ, ଦେବେନ୍ଦ୍ର ନାଥ ମିଶ୍ର, କୀର୍ତ୍ତନ ବିହାରୀ ସାହୁ, କୃଷ୍ଣଚନ୍ଦ୍ର ରଣା, ଯଜ୍ଞ ପ୍ରସାଦ ସାହୁ, ତ୍ରିଲୋଚନ ଦାଶ, ସତ୍ୟାନନ୍ଦ ମିଶ୍ର, ମମତା ଜେନା, ପଦ୍ମନାଭ ପାତ୍ର,ସନ୍ତୋଷ ରାଉତ,ସୁଦାମ ମଙ୍ଗଳ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ସ୍ଥାନୀୟ ସଚେତନ ନାଗରିକ ଆୟୋଜିତ ବୈଠକରେ ସମ୍ମିଳିତ ହୋଇ ଜିଲା ଦାବି ଉପସ୍ଥାପନ କରିଥିଲେ। ଜିଲା ଦାବି ଆନ୍ଦୋଳନର ପ୍ରାଥମିକ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆନନ୍ଦପୁର ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ପରବର୍ତ୍ତୀ ସମୟରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯିବାକୁ ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri