ଗଞ୍ଜାମ ବନ୍ୟାକୁ ଜାତୀୟ ବିପତ୍ତି ଘୋଷଣା ଦାବି: ଚାଷୀଙ୍କୁ ବୀମା ରାଶି ସହ କୃଷି ଋଣ ଛାଡ଼ ନେଇ…

ଛତ୍ରପୁର,୧୩ା୧୧(ଦିଲ୍ଲୀପ ସାମଲ): ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାର ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ ଏହାକୁ ଜାତୀୟ ବିପତ୍ତି ଭାବେ ଘୋଷଣା କରିବା ସହ କ୍ଷତିଗ୍ରସ୍ତ ପରିବାରଙ୍କୁ ଉପଯୁକ୍ତ କ୍ଷତିପୂରଣ, ଚାଷୀଙ୍କୁ ଫସଲ ବୀମା ରାଶି ପ୍ରଦାନ ଓ କୃଷି ଋଣ ଛାଡ଼ ଦାବିରେ ଅଖିଳ ଭାରତ କୃଷକ ସଭା, ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ୧୧ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।
ଏହି ଅବସରରେ ସଂଗଠନର ନେତାମାନେ କହିଥିଲେ ଯେ, ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବହୁ ଅଞ୍ଚଳ ଗୁରୁତର ଭାବେ ପ୍ରଭାବିତ ହୋଇଛି। ହଜାର ହଜାର ଏକର ଚାଷଜମି ଜଳମଗ୍ନ ହେବା ସହ ବିଭିନ୍ନ ପ୍ରକାର ଫସଲ ନଷ୍ଟ ହୋଇଛି। ଏହାଦ୍ୱାରା ଚାଷୀମାନେ ଆର୍ଥିକ ଦୁର୍ଦ୍ଦଶାରେ ପଡ଼ିଥିବା ବେଳେ ବ୍ୟବସାୟୀ ଓ ସାଧାରଣ ଲୋକେ ମଧ୍ୟ ଜୀବିକା ହରାଇ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ବନ୍ୟାରେ ବହୁ ପରିବାରଙ୍କ ଘରଦ୍ୱାର ଓ ଆସବାବପତ୍ର ନଷ୍ଟ ହୋଇଥିବାରୁ ସେମାନେ ଏବେ ଦୁର୍ଦ୍ଦିନରେ ଜୀବନ କାଟୁଛନ୍ତି। ଏଭଳି ସ୍ଥିତିରେ କେବଳ ଆଶ୍ୱାସନା ନୁହେଁ, ବରଂ କ୍ଷୟକ୍ଷତିର ନିରପେକ୍ଷ ଆକଳନ କରି ପ୍ରତ୍ୟେକ କ୍ଷତିଗ୍ରସ୍ତ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦେବାକୁ ସଂଗଠନ ଦାବି କରିଛି। ସେହିପରି ବନ୍ୟାରେ ଫସଲ ହରାଇଥିବା ସମସ୍ତ ଚାଷୀଙ୍କୁ ଫସଲ ବୀମା ରାଶି ପ୍ରଦାନ, କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼, କ୍ଷତିଗ୍ରସ୍ତ ଚାଷୀଙ୍କୁ ସ୍ବତନ୍ତ୍ର ଆର୍ଥିକ ସହାୟତା ଏବଂ ଜିଲାରେ ବନ୍ୟା ନିୟନ୍ତ୍ରଣ ପାଇଁ ଏକ ସ୍ଥାୟୀ ଓ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ କରି ତାହାର ତୁରନ୍ତ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦିଆଯାଇଛି।
ଏହି ଧାରଣାରେ ଅଖିଳ ଭାରତ କୃଷକ ସଭାର ଜାତୀୟ ଉପସଭାପତି ଆଶିଷ କାନୁନ୍‌ଗୋ, ପୂର୍ବତନ ବିଧାୟକ ଏନ. ନାରାୟଣ ରେଡ୍ଡୀ, ଗଞ୍ଜାମ ଜିଲା ସଭାପତି ଶ୍ରୀହର୍ଷ ରଥ, ଜିଲା ସମ୍ପାଦକ ରାଜୀବ ଲୋଚନ ପଣ୍ଡା,ସାଙ୍ଗ ଠନିକ ସମ୍ପାଦକ ନୀଳକଣ୍ଠ ଦାଶ, ପ୍ରଦୀପ କୁମାର ସେଠୀ, ପ୍ରବୀଣ କୁମାର ଦାଶ, ଏସ୍‌. କ୍ରିଷ୍ଣା ରେଡ୍ଡୀ, ସିମାଞ୍ଚଳ ସାହୁ, କୈଳାସ ପାତ୍ର, ପଞ୍ଚାନନ ସ୍ବାଇଁ ବିଦେଶୀ ନାହାକ, ସତ୍ୟମହାପାତ୍ର, ଗୋପାଳ ଭୂୟାଁ, ସିଏଚ୍‌. ଜନାର୍ଦ୍ଦନ ରେଡ୍ଡୀ, ଏନ୍‌. ଗିରିଜା ପ୍ରସାଦ ରେଡ୍ଡୀ, ଗୁରୁନାଥ ପ୍ରଧାନ, ଦୁର୍ଯ୍ୟୋଧନ ପରିଡ଼ା, ସିଏଚ୍‌. ସତ୍ୟ ନାରାୟଣ ରେଡ୍ଡୀ, ବିଶ୍ୱନାଥ ବିଶ୍ୱାଳ, ଭାସ୍କର ପାତ୍ର ଓ ପ୍ରଫୁଲ୍ଲ କୁମାର ପାଣିଗ୍ରାହୀଙ୍କ ସମେତ ବହୁ ଚାଷୀନେତା ଓ କର୍ମୀ ଯୋଗଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ବଡ଼ଦାଣ୍ଡରେ ଭୟଙ୍କର ବିସ୍ଫୋରଣ: ୪ ଗୁରୁତର

ପୁରୀ,୧୩।୧୧(ଅଜିତ୍‌ କୁମାର ମହାନ୍ତି): ପୁରୀ ବଡ଼ଦାଣ୍ଡରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଡ଼ଦାଣ୍ଡରେ ଥିବା ଟିପି ହୋଟେଲରେ ଭୟଙ୍କର ବିସ୍ଫୋରଣ ଘଟି ୪ଜଣ ଗୁରୁତର…

ଭାରତର ପରାଜୟ ପଛରେ ୩ଟି ବଡ଼ କାରଣ, ଗମ୍ଭୀରଙ୍କ ଏହି ଭୁଲ ବଦଳାଇଦେଲା ମ୍ୟାଚର ମୋଡ଼

ନୂଆଦିଲ୍ଲୀ, ୧୩।୧୧: କୌଣସି ଦିନିକିଆ ମ୍ୟାଚରେ ୨୦୦ ରନରେ ପରାଜୟ ଏକ ଲଜ୍ଜାଜନକ ରେକର୍ଡ। ଶୁକ୍ରବାର ମାଉଣ୍ଟ ମାଉଙ୍ଗାନୁଇରେ ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଖେଳୁଥିବା ଭାରତୀୟ ଦଳ…

କାଠ ଚୁଲିରୁ ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ରେ ଲାଗିଲା ନିଆଁ, ବିସ୍ଫୋରଣ ହେବାରୁ…

ଭଞ୍ଜନଗର,୧୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଅଗଝୋଳ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। କାଠ ଚୁଲିର ନିଆଁରୁ ଗ୍ୟାସ୍‌ ସିଲିଣ୍ଡର ପାଇପ୍‌ରେ…

ପିସି କାରବାର: ପୁଣି ଗର୍ଜିଲେ ବରଗଡ଼ ଏମ୍‌ପି, ଅଧିକାରୀଙ୍କୁ ତାଗିଦ୍‌ କରି କହିଲେ…

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ପି.ସି କାରବାରକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଖୋଦ ବରଗଡ଼ ଲୋକ ସଭା ଏମ୍‌ପି(MP) ପ୍ରଦୀପ ପୁରୋହିତ…

ହନୁମାନ ମନ୍ଦିରରୁ ଚୋରି, ଦେଢ଼ଲକ୍ଷ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ

ଭଞ୍ଜନଗର,୧୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ମଳାସପଦର ରାସ୍ତାରେ ଥିବା ହନୁମାନ ମନ୍ଦିରରୁ ଗୁରୁବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ବିଳମ୍ବିତ ରାତିରେ…

ଭାରତୀୟ ବ୍ୟାଟରଙ୍କ ଉପରେ ଗମ୍ଭୀରଙ୍କ ରାଗ: ପରାଜୟର କାରଣ ନେଇ ଖୋଲିଲେ ମୁହଁ, କହିଲେ ଏହାର ପରିଣାମ…

ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଲଜ୍ଜାଜନକ ପରାଜୟ ପରେ ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର କହିଛନ୍ତି ଯେ, ଅନ୍ତର୍ଜାତୀୟ କ୍ରିକେଟରେ ଏପରି…

ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ, ଆସନ୍ତା…

କଟକ,୧୩।୧୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ଆଇନ…

ଟିମ୍‌ଇଣ୍ଡିଆ ସହ ହୋଇଛି ବଡ଼ ଧୋକା: ୩୩୩ ରନ ହୋଇଥିବା ପିଚ୍‌ରେ ଭାରତ ୮୯ରେ ଅଲଆଉଟକୁ ନେଇ ମୁହଁ ଖୋଲିଲେ ଶ୍ରେୟସ ଆୟର

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଟିମ ଇଣ୍ଡିଆର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଯେଉଁ ପିଚ୍‌ରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୩୩୩ ରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?