ତାତିଲେ ଚାଷୀ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଦେଲେ ଧାରଣା, ପଞ୍ଜୀକରଣ ଅବଧି ବୃଦ୍ଧି ନ ହେଲେ…

ବରଗଡ଼,୧୬।୯ ( ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀ ପଞ୍ଜୀକରଣକୁ ନେଇ ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ପ୍ରଥମେ ଜଟିଳ ପଞ୍ଜୀକରଣ ପ୍ରକ୍ରିୟା ପ୍ରତିବାଦରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଅନ୍ୟପକ୍ଷରେ ଅନେକ ଚାଷୀ ପଞ୍ଜୀକରଣ କରି ନ ଥିବାବେଳେ ପଞ୍ଜୀକରଣ ପ୍ରକ୍ରିୟାକୁ ଗତ ଅଗଷ୍ଟ ମାସ ୨୫ ତାରିଖରୁ ବନ୍ଦ କରି ଦିଆଯାଇଛି। ଫଳରେ ଅନେକ ଚାଷୀ ପଞ୍ଜୀକରଣରୁ ବଞ୍ଚିତ ହୋଇଛନ୍ତି। ଏହାକୁ ନେଇ ବରଗଡ଼ ଜିଲାର ଚାଷୀମାନେ ତାତି ଉଠିଛନ୍ତି। ଏହି କ୍ରମରେ ମଙ୍ଗଳବାର ପୂର୍ବାହ୍ନ ୧୧ଟାରୁ ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଜିଲାର ଶହ ଶହ ଚାଷୀ ବରଗଡ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି। ପଞ୍ଜୀକରଣ ଅବଧି ବୃଦ୍ଧି ଦାବି ସହିତ ସେମାନଙ୍କୁ ପଞ୍ଜୀକୃତ କରିବା ପାଇଁ ସମସ୍ତ ଚାଷୀ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପଠାଇବା ପାଇଁ ହାତରେ ଆବେଦନ ଫର୍ମ ଧରିଛନ୍ତି। ସେମାନେ ନିର୍ଦ୍ଧାରିତ ସମୟରେ ପଞ୍ଜୀକରଣ ପାଇଁ ପ୍ରାଥମିକ କୃଷି ସମବାୟ ସମିତିରେ ଆବଶ୍ୟକ କାଗଜପତ୍ର ପ୍ରଦାନ କରିଥିଲେ। ମାତ୍ର ସର୍ଭର ଡାଉନ, ନେଟ ସ୍ଲୋ ଏବଂ ସମିତି କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ସେମାନେ ପଞ୍ଜୀକୃତ ହୋଇ ପାରି ନଥିବା ଅଭିଯୋଗ କରିଛନ୍ତି। ଏପରିକି ଜିଲା ପ୍ରଶାସନ ଏବଂ ସ୍ଥାନୀୟ ଜନ ପ୍ରତିନିଧିଙ୍କୁ କହିବା ସତ୍ତ୍ବେ କିଛି ସୁଫଳ ମିଳି ନ ଥିବା ଚାଷୀମାନେ ପ୍ରକାଶ କରିଛନ୍ତି। ସେମାନଙ୍କୁ ଯଦି ପଞ୍ଜୀକୃତ କରା ନ ଯାଏ, ଆଗାମୀ ଧାନ ସଂଗ୍ରହ ପ୍ରକ୍ରିୟାରେ ଧାନ ବିକ୍ରିରୁ ବଞ୍ଚିତ ହେବା ସହିତ ପରିବାର ଗୁଜୁରାଣ ମେଣ୍ଟାଇବାଠାରୁ ଆରମ୍ଭ କରି ଋଣ ପରିଶୋଧ ପର୍ଯ୍ୟନ୍ତ ବହୁିଧ ଅସୁବିଧାର ସମ୍ମୁଖୀନ ହେବେ। ଏହି ଦୃଷ୍ଟିରୁ ପଞ୍ଜୀକରଣ ଅବଧି ବୃଦ୍ଧି ସହିତ ସେମାନଙ୍କୁ ପଞ୍ଜୀକୃତ କରି ଧାନବିକ୍ରିର ସୁଯୋଗ ଦେବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri