Posted inଜାତୀୟ

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ କରିବାକୁ ଦାବି

ନୂଆଦିଲ୍ଲୀ,୨୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଦଳର ମୁଖ୍ୟ କରିବାକୁ ଦାବି କରାଯାଇଛି। ଆସାମର କଂଗ୍ରେସ ଏମ୍‌ପି ଅବଦୁଲ ଖାଲେକ ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ କରିବାକୁ ଦାବି କରିଛନ୍ତି। ଖାଲେକ ଯୁକ୍ତି ବାଢିଛନ୍ତି, ଭଦ୍ରା ପରିବାରର ବୋହୂ ହୋଇ ସାରିଥିବା ପ୍ରିୟଙ୍କାଙ୍କୁ ଭାରତୀୟ ପରମ୍ପରା ଅନୁଯାୟୀ ଗାନ୍ଧୀ ପରିବାରର ସଦସ୍ୟ ବୋଲି କୁହାଯାଇପାରିବ ନାହିଁ। ପ୍ରିୟଙ୍କା କଂଗ୍ରେସ ଅଧ୍ୟକ୍ଷ ହେବା ଆବଶ୍ୟକ।

ସୂଚନାଯୋଗ୍ୟ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି ଯେ, ଗାନ୍ଧୀ ପରିବାରର କୌଣସି ସଦସ୍ୟ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। କଂଗ୍ରେସର ଅନେକ ରାଜ୍ୟ ୟୁନିଟ୍‌ ମଧ୍ୟ ରାହୁଲଙ୍କୁ ଅଧ୍ୟକ୍ଷ କରିବାକୁ ଦାବି କରି ସଂକଳ୍ପ ପାରିତ କରିଥିଲେ ବି ରାହୁଲ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ରାଜି ହୋଇ ନ ଥିଲେ।

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସ ଦିନକୁ ଦିନ ରୋଚକ ହେବାରେ ଲାଗିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପରେ, ଶଶି ଥରୁର ଏବଂ ଏବେ ଦିଗବିଜୟ ସିଂଙ୍କ ନାମ ଏହି ରେସ୍‌ରେ ସାମିଲ ହୋଇଛି। ସେପ୍ଟେମ୍ବର ୩୦ରେ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହିଛି। ଏକରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ନିର୍ବାଚନ ହେବ ଏବଂ ଅକ୍ଟୋବର ୧୯ରେ ଫଳାଫଳ ଘୋଷଣା କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?