Posted inଜାତୀୟ

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ କରିବାକୁ ଦାବି

ନୂଆଦିଲ୍ଲୀ,୨୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଦଳର ମୁଖ୍ୟ କରିବାକୁ ଦାବି କରାଯାଇଛି। ଆସାମର କଂଗ୍ରେସ ଏମ୍‌ପି ଅବଦୁଲ ଖାଲେକ ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ କରିବାକୁ ଦାବି କରିଛନ୍ତି। ଖାଲେକ ଯୁକ୍ତି ବାଢିଛନ୍ତି, ଭଦ୍ରା ପରିବାରର ବୋହୂ ହୋଇ ସାରିଥିବା ପ୍ରିୟଙ୍କାଙ୍କୁ ଭାରତୀୟ ପରମ୍ପରା ଅନୁଯାୟୀ ଗାନ୍ଧୀ ପରିବାରର ସଦସ୍ୟ ବୋଲି କୁହାଯାଇପାରିବ ନାହିଁ। ପ୍ରିୟଙ୍କା କଂଗ୍ରେସ ଅଧ୍ୟକ୍ଷ ହେବା ଆବଶ୍ୟକ।

ସୂଚନାଯୋଗ୍ୟ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି ଯେ, ଗାନ୍ଧୀ ପରିବାରର କୌଣସି ସଦସ୍ୟ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। କଂଗ୍ରେସର ଅନେକ ରାଜ୍ୟ ୟୁନିଟ୍‌ ମଧ୍ୟ ରାହୁଲଙ୍କୁ ଅଧ୍ୟକ୍ଷ କରିବାକୁ ଦାବି କରି ସଂକଳ୍ପ ପାରିତ କରିଥିଲେ ବି ରାହୁଲ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ରାଜି ହୋଇ ନ ଥିଲେ।

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସ ଦିନକୁ ଦିନ ରୋଚକ ହେବାରେ ଲାଗିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପରେ, ଶଶି ଥରୁର ଏବଂ ଏବେ ଦିଗବିଜୟ ସିଂଙ୍କ ନାମ ଏହି ରେସ୍‌ରେ ସାମିଲ ହୋଇଛି। ସେପ୍ଟେମ୍ବର ୩୦ରେ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହିଛି। ଏକରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ନିର୍ବାଚନ ହେବ ଏବଂ ଅକ୍ଟୋବର ୧୯ରେ ଫଳାଫଳ ଘୋଷଣା କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri