Posted inଜାତୀୟ

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ କରିବାକୁ ଦାବି

ନୂଆଦିଲ୍ଲୀ,୨୮।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରଙ୍କୁ ଦଳର ମୁଖ୍ୟ କରିବାକୁ ଦାବି କରାଯାଇଛି। ଆସାମର କଂଗ୍ରେସ ଏମ୍‌ପି ଅବଦୁଲ ଖାଲେକ ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ କରିବାକୁ ଦାବି କରିଛନ୍ତି। ଖାଲେକ ଯୁକ୍ତି କରିଛନ୍ତି, ଭଦ୍ରା ପରିବାରର ବୋହୂ ହୋଇ ସାରିଥିବା ପ୍ରିୟଙ୍କାଙ୍କୁ ଭାରତୀୟ ପରମ୍ପରା ଅନୁଯାୟୀ ଗାନ୍ଧୀ ପରିବାରର ସଦସ୍ୟ ବୋଲି କୁହାଯାଇପାରିବ ନାହିଁ। ପ୍ରିୟଙ୍କା କଂଗ୍ରେସ ଅଧ୍ୟକ୍ଷ ହେବା ଉଚିତ।
ସୂଚନାଯୋଗ୍ୟ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି ଯେ, ଗାନ୍ଧୀ ପରିବାରର କୌଣସି ସଦସ୍ୟ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। କଂଗ୍ରେସର ଅନେକ ରାଜ୍ୟ ୟୁନିଟ ମଧ୍ୟ ରାହୁଲଙ୍କୁ ଅଧ୍ୟକ୍ଷ କରିବାକୁ ଦାବି କରି ସଂକଳ୍ପ ପାରିତ କରିଥିଲେ ମଧ୍ୟ ରାହୁଲ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ରାଜି ହୋଇ ନ ଥିଲେ।
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସ୍‌ ରୋଚକ ହେବାରେ ଲାଗିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ପରେ, ଶଶି ଥରୁର ଏବଂ ଏବେ ଦିଗ୍‌ବିଜୟ ସିଂ ନାମ ଏହି ରେସ୍‌ରେ ସାମିଲ ହୋଇଛି। ସେପ୍ଟେମ୍ବର ୩୦ରେ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ରହିଛି। ଏକରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ମତଦାନ ହେବ ଏବଂ ଅକ୍ଟୋବର ୧୯ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri