Posted inରାଜ୍ୟ

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ସୁବିଧା କରିବାକୁ ଦାବି

ପୁରୀ,୧୩ା୧୧: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ମାନେ କିଭଳି ସୁବିଧାରେ ଦର୍ଶନ କରିପାରିବେ ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଦିବ୍ୟାଙ୍ଗ ଅନୁଷ୍ଠାନ ପକ୍ଷରୁ ଆଜି ଦାବି କରାଯାଇଛି । ଶ୍ରୀକ୍ଷେତ୍ରକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ଶ୍ରୀମନ୍ଦିରରେ ଦିବ୍ୟାଙ୍ଗଜନକଙ୍କ ଦର୍ଶନକୁ ସହଜ ଓ ଅଧିକ ଶୃଙ୍ଖଳିତ କରିବା ଲାଗି ଦିବ୍ୟାଙ୍ଗ ଅନୁଷ୍ଠାନ ପକ୍ଷରୁ ହୋଇଥିବା ଦାବି ଉପରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।

ପୂର୍ବରୁ ଉତ୍ତର ଦ୍ୱାର ଦେଇ ସ୍ୱତନ୍ତ୍ର ର‌୍ୟାମ୍ପ ଜରିଆରେ ଦିବ୍ୟାଙ୍ଗ ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବେଶ
କରୁଥିଲେ । ପୂର୍ବଭଳି ଏହି ରାସ୍ତା ଦେଇ ଦିବ୍ୟାଙ୍ଗଜନଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ ଓ ଶ୍ରୀଜୀଉଙ୍କ ଦର୍ଶନ କରାଇବା ଲାଗି ପ୍ରଶାସନ ବ୍ୟବସ୍ଥା କରୁ ବୋଲି ଶ୍ରୀକ୍ଷେତ୍ର ଦିବ୍ୟାଙ୍ଗ ସେବା ସଂଗଠନ ପକ୍ଷରୁ ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କୁ ଭେଟି ଏକ ଦାବିପତ୍ର ଦିଆଯାଇଛି ।

ଶ୍ରୀମନ୍ଦିର ପ୍ରଶାସକ ଶ୍ରୀ ଦାସ କହିଛନ୍ତି, ବର୍ତ୍ତମାନ ସ୍ୱତନ୍ତ୍ର ବ୍ୟାଟେରୀ ଚାଳିତ ଗାଡ଼ି ଦିବ୍ୟାଙ୍ଗ ଓ ବୟସ୍କ ବ୍ୟକ୍ତିଙ୍କ ପାଇଁ ଶ୍ରୀମନ୍ଦିର ଅଫିସ ପର୍ଯ୍ୟନ୍ତ ଚଳାଯାଉଛି । ସେଠାରୁ ହୁଇଲ୍‍ ଚେୟାର ଜରିଆରେ ଭକ୍ତମାନଙ୍କୁ ସିଂହଦ୍ୱାର ପର୍ଯ୍ୟନ୍ତ ଅଣାଯାଉଛି । ପରିକ୍ରମା ପ୍ରକଳ୍ପର ଉଦ୍‍ଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ଭକ୍ତଙ୍କୁ ଦର୍ଶନ ବ୍ୟବସ୍ଥା ପ୍ରସ୍ତାବ ଉପରେ ଛତିଶା ନିଯୋଗ ଓ ପରିଚାଳନା କମିଟିରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ । ପରିକ୍ରମା ମାର୍ଗର ଉତ୍ତର ଦ୍ୱାର ଠାରେ ଦିବ୍ୟାଙ୍ଗଙ୍କ ପାଇଁ ବିଶ୍ରାମସ୍ଥଳୀ ରହିଛି । ପ୍ରତିଦିନ ଏକ ନିର୍ଦ୍ଦିଷ୍ଟ ସମୟରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା ପାଇଁ ଲକ୍ଷ୍ୟ ରହିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?