ନୂତନ ଧାନ କ୍ରୟ କେନ୍ଦ୍ର ଖୋଲିବା ଦାବି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ନୂଆପଡ଼ା,୨୬।୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ବ୍ଲକ ଅନ୍ତର୍ଗତ ନାଗପଡ଼ା ପଞ୍ଚାୟତ କାର୍ଯ୍ୟାଳୟଠାରେ ନୂତନ ଧାନ କ୍ରୟ କେନ୍ଦ୍ର ଖୋଲିବା ପାଇଁ ରବିବାର ଅଞ୍ଚଳବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶ୍ରମିକ ନେତା ଭକ୍ତବନ୍ଧୁ ଧରୁଆଙ୍କ ନେତୃତ୍ୱରେ ନାଗପଡା ଅଞ୍ଚଳର ଚାଷୀ ଏକତ୍ର ହୋଇ ଜିଲାପାଳ ମଧୁସୂଦନ ଦାଶଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଜିଲାପାଳ ଦାସ ଡିଆର୍‌ସିଏସ୍‌ ଓ ଜିଲା ଯୋଗାଣ ଅଧିକାରୀଙ୍କୁ ଏହା ଉପରେ ଶୀଘ୍ର ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଅନୁଯାୟୀ, ନାଗପଡା ପଞ୍ଚାୟତ ଅଞ୍ଚଳର ଚାଷୀ ଖଇରା ପ୍ରାଥମିକ କୃଷି ସମବାୟ ସମିତିଙ୍କରେ ରବି ଓ ଖରିଫ ଧାନ ବିକ୍ରୟ କରନ୍ତି ା ନାଗପଡାଠାରୁ ଖଇରା ୨୦ କିଲୋମିଟର ହେଉଥିବାରୁ ଚାଷୀ ବହୁତ ହଇରାଣ ହୋଇ ମଣ୍ଡିକୁ ଧାନ ନେଇ ବିକ୍ରୟ କରନ୍ତି। ସମୟ ସମୟେ ମଣ୍ଡିରେ ଧାନ ଉଠାଣ ନ ହେଲେ ରାତ୍ରି ଯାପନ କରିବାକୁ ପଡେ। ଗତ ଖରିଫ ଋତୁରେ ନାଗପଡାଠାରେ ଅସ୍ଥାୟୀ ମଣ୍ଡି ଖୋଲିଥିବାରୁ ଚାଷୀ ସୁବିଧାରେ ଧାନ ବିକ୍ରୟ କରିଥିଲେ। ସେହି ଅସ୍ଥାୟୀ ମଣ୍ଡିକୁ ସ୍ଥାୟୀ କରି ରବି ଓ ଖରିଫ ଧାନ କ୍ରୟ କରାଯାଉ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି। ଦାବିପତ୍ର ଦେବା ସମୟରେ ଓ୍ବାର୍ଡ ସଭ୍ୟ ପ୍ରତାପ ସିଂ ମାଝି, ଜଗଦୀଶ ମାଝି, କମଳ ମାଝି, ନାକୁଳ ମାଝି, ହିରାସିଂ ମାଝି, ଉଗ୍ରେସନ କଟା, ମୀନକେତନ ଦୁରିଆ, ଚୈତନ୍ୟ ମାଝି, ଥବିର ମାଝି, ବ୍ରଜରାଜ ମାଝି, ସୁମନ୍ତ ମାଝି ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri