ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇବା ଦେବାକୁ ଉଠିଲା ଦାବି

ବାଲିଗୁଡ଼ା,୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଖମନଖୋଲ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇଦେବାକୁ ଦାବି କରିଛନ୍ତି ଅଞ୍ଚଳବାସୀ। ବାଲିଗୁଡ଼ା ବ୍ଳକ ତଥା କନ୍ଧମାଳ ଜିଲାର ସୀମାନ୍ତ ପଞ୍ଚାୟତ ହେଉଛି ଖମନଖୋଲ ଓ ଲଣ୍ଡାଗାଁ। ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୩ଟି ପଞ୍ଚାୟତବାସୀ ସହ ସୀମାନ୍ତ ଜିଲାର ଗ୍ରାମବାସୀ ନିର୍ଭର କରିଥାନ୍ତି। କିନ୍ତୁ ଏହି ଚିକିତ୍ସାଳୟରୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ କିମ୍ବା ବାରଖମା ଗୋଷ୍ଠୀ ଚିକିତ୍ସାଳୟକୁ ଆସିବାକୁ କୌଣସି ସୁବିଧା ନାହିଁ। ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରରୁ ବାଲିଗୁଡ଼ା ଚିକିତ୍ସାଳୟକୁ ୪୦ କିମି ଓ ବାରଖମା ୩୦ କିମି ଦୂର। ଖମନଖୋଲ ଓ ଲଣ୍ଡାଗାଁ ପଞ୍ଚାୟତର ଅଧିକାଂଶ ଲୋକେ ଗରିବ ଶ୍ରେଣୀର ଅଟନ୍ତି। ଏଇ ଦୁଇ ପଞ୍ଚାୟତବାସୀ ଖମନଖୋଲ ଚିକିତ୍ସାଳୟରେ ଚିକିତ୍ସିତ ହେବା ପରେ ଯଦି ରୋଗୀଙ୍କୁ ଅଧିକ ଚିକିତ୍ସା ପାଇଁ ଆବଶ୍ୟକ ପଡ଼େ, ତେବେ ଅନ୍ୟତ୍ର ସ୍ଥାନାନ୍ତର କରାଯାଏ। ତେବେ ରୋଗୀଙ୍କୁ ବାଲିଗୁଡ଼ା କିମ୍ବା ବାରଖମା ଆସିବାକୁ ହେଲେ ଦୀର୍ଘ ସମୟ ଧରି ବସକୁ ଅପେକ୍ଷା କରିବା ପାଇଁ ପଡ଼ିଥାଏ। ଗ୍ରାମବାସୀ ଅଧିକ ଟଙ୍କା ଦେଇ ଗାଡ଼ି ଭଡ଼ା କରି ଆସିବାକୁ ସକ୍ଷମ ନୁହନ୍ତି। ତେଣୁ ତୁରନ୍ତ ଏହି ଚିକିତ୍ସାଳୟକୁ ଗୋଟିଏ ଆମ୍ବୁଲାନ୍ସ ଯୋଗାଇଦେଲେ ଦୁଇ ଗ୍ରାମବାସୀର ଶତାଧିକ ଜନସାଧାରଣ ବିଶେଷ ଉପକୃତ ହୋଇପାରିବେ। ଏହା ବ୍ୟତୀତ ଚିକିତ୍ସାଳୟରେ ଡାକ୍ତର ବାସଭବନଗୁଡ଼ିକ ମଧ୍ୟ ଭଗ୍ନ ଅବସ୍ଥାରେ ରହିଛି। ଚିକିତ୍ସାଳୟ ପରିସରରେ ଏଏନ୍‌ଏମ୍‌ଙ୍କ ବାସଭବନ ଦୀର୍ଘ ୮ବର୍ଷ ଧରି ନିର୍ମାଣ ଚାଲିଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ହୋଇପାରିନି। ଏ ସମ୍ପର୍କରେ ଅଞ୍ଚଳବାସୀ ବାରମ୍ବାର ବିଡିଓ, ଉପଜିଲାପାଳ, ଉପଖଣ୍ଡ ଚିକିତ୍ସାଳୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଏହା କାର୍ଯ୍ୟକାରୀ ହେଉନହିଁ। ତେଣୁ ତୁରନ୍ତ ଆମ୍ବୁଲାନ୍ସ ସେବା ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri