ପାଣି ପାଇଁ ଗୁହାରି 

ରାୟଗଡ଼ା,୧୪।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ କୋଣ୍ଡିଗୁଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ପାନୀୟ ଜଳ ସଙ୍କଟର ସମାଧାନ ପାଇଁ କୋଣ୍ଡିଗୁଡ଼ା ଗ୍ରାମବାସୀ ବ୍ଲକ୍‌ ପ୍ରଶାସନ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେବା ପରେ ବୁଧବାର ଜିଲାପାଳ ସ୍ବଧାଦେବ ସିଂଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଗ୍ରାମର ସମସ୍ତ ମହିଳା ପୁରୁଷ ଜିଲାପାଳଙ୍କୁ ଭେଟି ତୁରନ୍ତ ପାନୀୟ ଜଳ ଯୋଗାଇଦେବାକୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ କରାଯିବ ବୋଲି ଜିଲାପାଳ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।
ଗ୍ରାମବାସୀଙ୍କ କହିବା ମୁତାବକ, ଗ୍ରାମରେ ୩ଟି ନଳକୂପ ରହିଛି। ସେଥିମଧ୍ୟରୁ ୨ଟି ନଳକୂପରୁ ଆଦୌ ପାଣି ବାହାରୁ ନାହିଁ । ଅନ୍ୟଟିରୁ ଦୁର୍ଗନ୍ଧ ପାଣି ବାହାରୁଥିବାରୁ ପାଣି ପିଇବାଯୋଗ୍ୟ ହେଉନାହିଁ। ଫଳରେ ଗ୍ରାମବାସୀ ପାନୀୟ ଜଳ ପାଇଁ ଛଟପଟ ହେବା ସହ ବାଧ୍ୟହୋଇ ନଦୀପାଣି ବ୍ୟବହାର କରୁଛନ୍ତି। ତେବେ ନଦୀର ଦୂଷିତଜଳ ବ୍ୟବହାର କରିବା ଦ୍ୱାରା ଅନେକ ସମୟରେ ଲୋକେ ହଇଜା, ମ୍ୟାଲେରିଆ ଆଦି ରୋଗର ଶିକାର ହେଉଥିବା ଗ୍ରାମବାସୀ କହିଛନ୍ତି। ଆଗକୁ ବର୍ଷା ଦିନ ଆସୁଥିବାରୁ ନଦୀ ଜଳସ୍ତର ବଢ଼ିବା ସଙ୍ଗେ ସଙ୍ଗେ ନଦୀପାଣି ଗୋଳିଆ ରହିବ। ଫଳରେ ନଦୀ ଜଳ ପିଇବାଯୋଗ୍ୟ ହେବ ନାହିଁ । ତେଣୁ ଜିଲାପାଳ ତୁରନ୍ତ କୋଣ୍ଡିଗୁଡ଼ା ଗ୍ରାମରେ ପାନୀୟଜଳର ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଯଦି ଦାବି ପୂରଣ ନ ହେଲେ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଦାବିପତ୍ର ପ୍ରଦାନ ବେଳେ କୋଣ୍ଡିଗୁଡ଼ା ଗ୍ରାମର ଆଇ.ଜଗନ୍ନାଥ କଲାକା, ଗୋବର୍ଦ୍ଧନ ଜାକାକା, ଦାଲମେ ଜାକାକା, ନୀଲାମା ଜାକାକା ଓ ସମସ୍ତ ଗ୍ରାମବାସୀ ଉପସ୍ଥିତ ଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?