ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ ଦାବି ଜୋର ଧରିଛି। ଏନେଇ ସାନଖେମୁଣ୍ଡି ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ରଙ୍କ ନେତୃତ୍ୱରେ ବୁଧବାର କିଛି ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟ ବୃନ୍ଦ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକଙ୍କୁ ଏକ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

ମଣ୍ଡିରେ ଖରିଫ ଧାନ ବିକ୍ରି ପାଇଁ ନାମ ପଞ୍ଜୀକରଣ ସମୟରେ ରାଜ୍ୟ ସରକାର ଆଣିଥିବା ନୂତନ ନିୟମକୁ ନେଇ ଚାଷୀ ମହଲରେ ଗଭୀର ଅସନ୍ତୋଷ ପ୍ରକାଶ ପାଇଛି। ବିଶେଷକରି ପଞ୍ଜୀକରଣ ସମୟରେ ‘ଏଗ୍ରିଷ୍ଟାକ୍ ଆଇଡି’ (AgriStack ID) ଖୋଲିବାକୁ ବାଧ୍ୟତାମୂଳକ କରାଯାଇଥିବାରୁ ଏହାକୁ ନେଇ ଚାଷୀମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏହି କଡ଼ା ନିୟମ ଯୋଗୁ ଅନେକ ପ୍ରକୃତ ଚାଷୀ ଏବଂ ଭାଗଚାଷୀ ଧାନ ବିକ୍ରି ପାଇଁ ପଞ୍ଜୀକରଣରୁ ବଞ୍ଚିତ ହେବାର ଆଶଙ୍କା ସୃଷ୍ଟି ହୋଇଥିବା କୁହାଯାଇଛି।

ଏହି ସ୍ମାରକପତ୍ରର ନକଲ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ କୃଷି ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ, ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଏବଂ ଗଞ୍ଜାମ ଜିଲାପାଳଙ୍କ ପାଖକୁ ମଧ୍ୟ ପ୍ରେରଣ କରାଯାଇଛି। ତହସିଲଦାରଙ୍କୁ ସ୍ମାରକପତ୍ର ପ୍ରଦାନ କରିବା ସମୟରେ ଅନ୍ୟମାନଙ୍କ ମଧ୍ୟରେ ସମିତି ସଭ୍ୟ ଦନାର୍ଦ୍ଦନ ପୋଲାଇ, ପି. ରାମେଶ୍ୱର ପାତ୍ର, ସୋମନାଥ ପାତ୍ର, ବୁଲୁ ସେଠୀ, ନିଳାଞ୍ଚଳ ପ୍ରଧାନ, ମାଧବୀ ସ୍ବାଇଁ, ଶ୍ୟାମା ପାତ୍ର, ଭଗବାନ ରାଉତ, ବବିତା ରାଉତ, ପରି ରେଡ୍ଡୀ ଏବଂ ଉବି ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri