ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ ତାଙ୍କ ୨ପୁଅ କାର୍ତ୍ତିକ ଓ ତିଳ କୁମାର ଜବରଦସ୍ତ ଭାବେ ଜେସିବି ମେଶିନ ଯୋଗେ ବିଲ ଖୋଳାଇ ଶ୍ମଶାନ ରାସ୍ତା ଓ ବୈତରଣୀ ନଦୀ ଘାଟକୁ ଅବରୋଧ କରୁଥିବାରୁ ଉକ୍ତ ଜମିର ଚିହ୍ନଟ ଓ ଉଚ୍ଛେଦ ଦାବିରେ ସୋମବାର ଗାଁର ୫୦ରୁ ଊଦ୍ଧର୍‌ବ ମହିଳା ସ୍ଥାନୀୟ ସରପଞ୍ଚ ମମତା ନାଏକଙ୍କ ନେତୃତ୍ୱରେ ପାଟଣା ତହସିଲଦାର ଅଶିନୀ କୁମାର ନାଏକଙ୍କୁ ଦାବିପତ୍ର ଦେଇଛନ୍ତି।

ସୂଚନା ଯେ, ଏଥିପୂର୍ବରୁ ଗ୍ରାମବାସୀ ତୁରୁମୁଙ୍ଗା ଥାନାରେ ଅଭିଯୋଗ କରିଥିଲେ ହେଁ ତୁରୁମୁଙ୍ଗା ପୋଲିସ ନିଷ୍କ୍ରିୟତା ଯୋଗୁ ମହିଳାମାନେ ସୋମବାର ପାଟଣା ତହସିଲଦାରଙ୍କ ଦ୍ୱାରସ୍ଥ ହେଇଛନ୍ତି।
ସରପଞ୍ଚଙ୍କ ସହ ଗ୍ରାମର ଓ୍ବାର୍ଡମେମ୍ବର କଣ୍ଢେଇ କାରୁଆ, ଶକୁନ୍ତଳା ମହାନ୍ତ, ତରୁଲତା ମହାନ୍ତ, ଗୀତା ରାଣୀ ମହାନ୍ତ, ସାବିତ୍ରୀ ମହାନ୍ତ, ମନ୍ଦୋଦରୀ ମହାନ୍ତ, ସୌଦାମିନୀ ମହାନ୍ତ ଓ ବନିତା ମହାନ୍ତଙ୍କ ସହ ୫୦ରୁ ଊଦ୍ଧର୍‌ବ ମହିଳା ପାଟଣା ତହସିଲଦାରଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri