ଫେକ୍‌ ଭୋଟରଙ୍କୁ ହଟାଇବା ଦାବି

ନୟାଗଡ଼,୧୯।୯(ଲୋକନାଥ ମିଶ୍ର): ନୟାଗଡ଼ ନିର୍ବାଚନ ମଣ୍ଡଳୀର ଭୋଟର ତାଲିକାରେ ସ୍ଥାନୀତ ହୋଇଥିବା ୨୦ ହଜାର ଫେକ ଭୋଟରଙ୍କୁ ହଟାଇବା ପାଇଁ ନୟାଗଡ଼ର କେତେଜଣ ଭୋଟର ସୌମ୍ୟ ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ଜିଲାପାଳଙ୍କୁ ଭେଟି ସୋମବାର ଫେରାଦ୍‌ ହୋଇଛନ୍ତି। ଅନ୍ୟପକ୍ଷେ ମୁଖ୍ୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ କମିଶନଙ୍କୁ ମଧ୍ୟ ଅନୁରୂପ ଭାବେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, କେତେଜଣ ଭୋଟରଙ୍କ ନାଁ ନୟାଗଡ଼ ବ୍ଲକର ବିଭିନ୍ନ ଗାଁରେ ଓ ନୟାଗଡ଼ ମ୍ୟୁନିସିପାଲିଟିରେ ରହିଛି। ଏହି ଭୋଟରମାନେ ପଞ୍ଚାୟତ ଓ ପୌର ନିର୍ବାଚନରେ ଭୋଟ ଦେଇ ପାରୁଛନ୍ତି। ତେବେ ସେମାନଙ୍କ ନାଁକୁ ପ୍ରଶାସନ ହଟାଉ ନାହିଁ।
ଉଦାହରଣରେ ଗଦାଧରପ୍ରସାଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରାଥୀ ସ୍ବୟଂପ୍ରଭା ରଥଙ୍କୁ ନଜିର ଭାବେ ଦିଆଯାଇଛି। ସ୍ବୟଂପ୍ରଭା ୨୦୦୭ ଓ ୨୦୧୭ରେ ସରପଞ୍ଚ ପାଇଁ ଗଦାଧରପ୍ରସାଦ ପଞ୍ଚାୟତ ପାଇଁ ପ୍ରାର୍ଥୀ ହୋଇଥିଲେ। ତେବେ ସେହି ସ୍ବୟଂପ୍ରଭା ରଥ ଟାଇଟେଲକୁ କାଟି ମିଶ୍ର କରି ନୟାଗଡ଼ ମ୍ୟୁନିସିପାଲିଟିରେ ୩ ନଂ. କାଉନସିଲର ଭାବେ ବିଜୟୀ ହୋଇଛନ୍ତି। ଜଣେ ମହିଳା କିପରି ଗ୍ରାମଞ୍ଚଳରେ ଓ ସହରାଞ୍ଚଳରେ ଭୋଟ ଦେଉଛନ୍ତି, ନିର୍ବାଚନରେ ଲଢ଼ି ପାରୁଛନ୍ତି ସେନେଇ ପ୍ରଶ୍ନ ଉଠାଇଛନ୍ତି। ଭୋଟର ହେବା ପାଇଁ ଅନିମୟିତତାର କିଛି ପ୍ରମାଣ ପତ୍ର ସ୍ବରୂପ ଆଧାର କାର୍ଡ, ଭୋଟର ପରିଚୟ ପତ୍ରର ନକଲ ବି ଦିଆଯାଇ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି। ଆଗକୁ ୨୦୨୪ ନିର୍ବାଚନ ଆସୁଥିବାରୁ ମୃତକ, ବିବାହିତ, ବାହାରେ ରହୁଥିବା ଲୋକଙ୍କ ନାମରେ ଯେପରି ଭୋଟ ଦିଆ ନ ହୁଏ ସେଥିପ୍ରତି ପଦକ୍ଷେପ ନେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri