ଦୀଘା ମନ୍ଦିରରୁ ଶ୍ରୀଜଗନ୍ନାଥ ଧାମ ବୋର୍ଡ ହଟାଇବା ଦାବି ପୁଣି ତେଜିଲା

ଭୁବନେଶ୍ୱର,୧୨।୫: ଦୀଘା ମନ୍ଦିରରୁ ଶ୍ରୀଜଗନ୍ନାଥ ଧାମ ବୋର୍ଡ ହଟାଇବାକୁ ସୋମବାର ପୁଣି ଦାବି ହୋଇଛି। ସୋସିଆଲ ମିଡିଆ ଏକ୍ସରେ ପୁଣି ଏକ ପୋଷ୍ଟ କରି ଦାବି ଉଠାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ତଥା ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟାନାୟକ।

ଅନ୍ୟପକ୍ଷେ ପଶ୍ଚିମବଙ୍ଗର ଦିଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦକୁ କେନ୍ଦ୍ର କରି ଶ୍ରୀମନ୍ଦିର ପ୍ରଶାସନ ବରିଷ୍ଠ ଦଇତାପତି ସେବାୟତ ତଥା ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ରବିବାର ନିଲମ୍ବନ କରାଯାଇଛି। ଏହି ଘଟଣା ଓଡ଼ିଶା ତଥା ପଶ୍ଚିମବଙ୍ଗରେ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନା ଅନୁଯାୟୀ, ରାମକୃଷ୍ଣ ଦାସମହାପାତ୍ର ପୁରୀରୁ ବଳକା ଦାରୁ (ପବିତ୍ର କାଠ) ନେଇ ଦିଘାରେ ଜଗନ୍ନାଥ ମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପ୍ରତିମା ପ୍ରତିଷ୍ଠା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶା ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଥିଲେ ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ ଅନୁଯାୟୀ, ରାମକୃଷ୍ଣଙ୍କୁ ଏହି ବିବାଦ ସମ୍ପର୍କରେ ଜବାବ ଦେବା ନୋଟିସ ଜାରି କରାଯାଇଥିଲା। ପ୍ରଥମେ ୭ ଦିନ ଏବଂ ପରେ ୨ ଦିନର ସମୟ ଦିଆଯାଇଥିଲା। ତେବେ, ସେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?