ଭଦ୍ରକ-ପୁରୀ ମେମୁ ଟ୍ରେନ୍‌ ଚଳାଇବା ଦାବିରେ ରେଲ୍‌ରୋକୋ

ଭଦ୍ରକ ଅଫିସ,୭।୩: ଭଦ୍ରକ-ପୁରୀ ମେମୁ ଟ୍ରେନ୍‌ ଚଳାଇବା ଦାବିରେ ମଙ୍ଗଳବାର ପୂର୍ବତନ ବିଧାୟକ ନରେନ ପଲେଇ ଓ ତାଙ୍କ ସମର୍ଥକ ଭଦ୍ରକଠାରେ ରେଳରୋକୋ କରିଛନ୍ତି l ସକାଳ ୭ଟାରେ ସମର୍ଥକମାନଙ୍କ ସହ ଭଦ୍ରକ ଚରମ୍ପା ଷ୍ଟେଶନର ଦକ୍ଷିଣ ପାର୍ଶ୍ୱ ୧୦୮ ଲେଭଲ କ୍ରସିଂ ଡଗରସାହିଠାରେ ୧ ଘଣ୍ଟିଆ ରେଳରୋକୋ କରିଥିଲେ। ଗତ ନଭେମ୍ବର ୨୯ରେ ମେମୁ ଟ୍ରେନ ଚାଲିବାକୁ ଥିବାବେଳେ ଏହାକୁ ଜଳେଶ୍ୱରକୁ ନିଆଗଲା। ଭଦ୍ରକ ପାଇଁ ଏହା ଦୁଃଖର ବିଷୟ ବୋଲି ନରେନ ଅଭିଯୋଗ କରିଛନ୍ତି।

ପଲେଇଙ୍କ ନେତୃତ୍ୱରେ ପ୍ରତି ମାସରେ ଏହି ଦାବିରେ ୧ ଘଣ୍ଟିଆ ରେଳରୋକୋ କରାଯାଉଛି। ମଙ୍ଗଳବାର ଧାରଣା ବେଳେ ଖୋର୍ଦ୍ଧା ଡିଭିଜନ ଆର୍‌ପିଏଫ୍‌ ମୁଖ୍ୟ ଖୋର୍ଦ୍ଧା ଡିଆର୍‌ଏମ୍‌ଙ୍କ ସହ ଆଲୋଚନା କରି ଖୁବ୍‌ଶୀଘ୍ର ନୂଆ ମେମୁ ଚାଲିବାର ବ୍ୟବସ୍ଥା କରାଯିବ ବୋଲି ଫୋନ ଯୋଗେ କହିଥିବା ପଲେଇ କହିଛନ୍ତି l ଏହି ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା l ଟ୍ରେନ୍‌ ନ ଚାଲିବା ପର୍ଯ୍ୟନ୍ତ ପ୍ରତି ମାସରେ ଏହି ଧାରଣା ଚାଲୁରହିବ ବୋଲି ପଲେଇ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri