ପାନୀୟ ଜଳ ଯୋଗାଣ ସମସ୍ୟା ସମାଧାନ ଦାବି

ତାଳଚେର,୧୯।୩(ନି.ପ୍ର): ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ସମସ୍ୟାର ସମାଧାନ ନେଇ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନାଯୋଗ୍ୟ, କିଛିଦିନ ହେଲା ଘଣ୍ଟପଡ଼ା ଅଞ୍ଚଳକୁ ପାନୀୟ ଜଳ ଯୋଗାଣରେ ଅନିୟମିତତା ଦେଖାଦେଇଛି। ଲୋକେ ପିଇବା ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଘଣ୍ଟପଡ଼ା ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ଓ ଗ୍ରାମବାସୀଙ୍କ ସହ ଏମ୍‌ସିଏଲ୍‌ ଖଣି କର୍ତ୍ତୃପକ୍ଷଙ୍କ ମଧ୍ୟରେ ବୈଠକ ଅନୁଷ୍ଠିତ ହୋଇଥିଲା।
ହାଣ୍ଡିଧୁଆ-କୋଲିୟରୀରେ ଥିବା ପାଣି ପମ୍ପ ଖରାପ ହୋଇଯିବା କାରଣରୁ ଏହି ସମସ୍ୟା ଉପୁଜିଥିବା ଏମ୍‌ସିଏଲ ଅଧିକାରୀ ପ୍ରକାଶ କରିଥିଲେ। ବୈଠକରେ ଉପସ୍ଥିତ ଜନପ୍ରତିନିଧିମାନେ ଶୀଘ୍ର ପାନୀୟ ଜଳ ଯୋଗାଣ ସ୍ବାଭାବିକ କରିବାକୁ ଦାବି କରିଥିଲେ। ଅଚଳ ପାଣିପମ୍ପ ମରାମତି କରାଯାଇ ଜଳଯୋଗାଣକୁ ନିୟମିତ କରିବାକୁ ଏମସିଏଲ୍‌ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ଦିଆଯାଇଛି। ସେ ପର୍ଯ୍ୟନ୍ତ ଜଳକ୍ଲିଷ୍ଟ ଅଞ୍ଚଳକୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦେବାକୁ ଖଣି କର୍ତ୍ତୃପକ୍ଷ ସହମତି ପ୍ରକାଶ କରିଛନ୍ତି। ବୈଠକରେ ଘଣ୍ଟପଡା ସରପଞ୍ଚ ସସ୍ମିତା ବିଶ୍ୱାଳ, ସମିତିସଭ୍ୟ କରୁଣାକର ସାହୁ, ପୂର୍ବତନ ସରପଞ୍ଚ ସୁନୀଲ ବିଶ୍ୱାଳ, ସାମାଜିକ କର୍ମୀ ବିଭୂତି ସାହୁ, ନାଏବ ସରପଞ୍ଚ ରାଜୀବ ଦାସ, ରାକେଶ ପଟ୍ଟନାୟକ, ଦିଲୀପ ସାହୁ, ହେମନ୍ତ ସାହୁ, ତାଳଚେର ଜିଏମ ମୁରାରୀ ମିଶ୍ର, ଡେରା ପ୍ରକଳ୍ପ ଅଧିକାରୀ ଦାଶରଥୀ ସାହୁ, ତାଳଚେର ଏରିଆ ଆଶିଷ ଭଟ୍ଟନାଗର, ଆରଡବ୍ଲ୍ୟୁଏସ୍‌ଏସ୍‌ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri