ଦିଗପହଣ୍ଡିକୁ ମ୍ୟୁନିସିପାଲଟି ଘୋଷଣା ପାଇଁ ରାଜ୍ୟ ସରକାରଙ୍କଠାରେ ଦାବି: ତୁରନ୍ତ ଘୋଷଣା କରା ନ ଗଲେ…

ଦିଗପହଣ୍ଡି,୧୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ବହୁ ପୁରାତନ ସହର ଦିଗପହଣ୍ଡି ଏନଏସିକୁ ରାଜ୍ୟ ସରକାର ମ୍ୟୁନିସିପାଲଟି ଘୋଷଣା ପାଇଁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଛି। ଗୁରୁବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ମ୍ୟୁନିସିପାଲଟି ପାଇଁ ଦିଗପହଣ୍ଡି ସହରର ସମସ୍ତ ଯୋଗ୍ୟତା ଥିବା ନେଇ ତଥ୍ୟ ଉପସ୍ଥାପନ କରିଥିଲେ। ଶିକ୍ଷା,ସ୍ବାସ୍ଥ୍ୟ, ଗମନାଗମନ, ବାଣିଜ୍ୟ,ସଂସ୍କୃତି, ବିଭିନ୍ନ ଉପଖଣ୍ଡ କାର୍ଯ୍ୟାଳୟ, ଆବଶ୍ୟକ ଜନସଂଖ୍ୟା ଓ ଭିତ୍ତିଭୂମି ରହିଥିଲେ ମଧ୍ୟ ଦିଗପହଣ୍ଡିକୁ ମ୍ୟୁନିସିପାଲଟି ଘୋଷଣା କ୍ଷେତ୍ରରେ ରାଜ୍ୟସରକାର ଦିଗପହଣ୍ଡି ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଥିବା ନେଇ ସେ ତୀବ୍ର ସମାଲୋଚନା କରିଥିଲେ। ଦିଗପହଣ୍ଡି, ପଦ୍ମନାଭପୁର, ଅନଙ୍ଗପୁର, ରାଜପୁର,ନବରଙ୍ଗପୁର, ଚାଞ୍ଚଡ଼ା ପଲ୍ଲୀ,ବିଜୟ ପଦ୍ମନାଭପୁର, ଶୁଣ୍ଡି ପଲ୍ଲୀ, ଚୁଡୁଙ୍ଗପୁର,ନୂଆ ମଳାଭଞ୍ଜା,ଲକ୍ଷ୍ମୀନାରାୟଣପୁର,ରାମଚନ୍ଦ୍ରପୁର,ମଙ୍ଗରାଜପୁର,ଚୈତନ୍ୟପୁର ଓ ଭୀମପୁର ଶାସନକୁ ମିଶ୍ରଣ କରି ମ୍ୟୁନିସିପାଲଟି ଘୋଷଣା କରାଯିବା ପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀ,ମୁଖ୍ୟ ଶାସନ ସଚିବ,ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର,ଗଞ୍ଜାମ ଜିଲାପାଳ,ନଗର ଉନ୍ନୟନ ମନ୍ତ୍ରୀ ଏବଂ ନଗର ଉନ୍ନୟନ ସଚିବଙ୍କ ଉଦ୍ଦେଶ୍ୟରେ ଏନେଇ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଥିବା ସେ ଉଲ୍ଲେଖ କରିଛନ୍ତି। ଦିଗପହଣ୍ଡିକୁ ତୁରନ୍ତ ମ୍ୟୁନିସିପାଲଟି ଘୋଷଣା କରାନଗଲେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଗଣ ଆନ୍ଦୋଳନ କରାଯିବା ସହ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନିଆଯିବ ବୋଲି ସେ ଚେତାବନୀ ଦେଇଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଆଇନଜୀବୀ ଗଜାନନ ତ୍ରିପାଠୀ,ଭାରତୀୟ ବିକାଶ ପରିଷଦର ସାଧାରଣ ସମ୍ପାଦକ ରାଜେନ୍ଦ୍ର ଦଳବେହେରା,ରବୀନ୍ଦ୍ର ନାଥ ପାଣିଗ୍ରାହୀ,କୃଷ୍ଣ ଚନ୍ଦ୍ର ପାଣିଗ୍ରାହୀ,ଶ୍ରୀଧର ରେଡ୍ଡୀ,କେ.ସୁଦାମଙ୍କ ସମେତ ବହୁ ସଂଖ୍ୟକ ସାମାଜିକ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?