ରୋଗୀଙ୍କୁ ଡାକ୍ତର ମାଡ଼ ମାରିବା ଘଟଣା: କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୧୪ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଚିକତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କୁ କାର୍ଯ୍ୟରତ ଡାକ୍ତର ନିସ୍ତୁକ ମାଡ଼ ମାରୁଥିବା ଭିଡିଓ ଭାଇରାଲ ହେବା ପରେ ରୋଗୀଙ୍କ ସମ୍ପର୍କୀୟ ଏବଂ ସ୍ଥାନୀୟ ଲୋକେ ସମ୍ପୃକ୍ତ ଡାକ୍ତରଙ୍କୁ ନିଲମ୍ବନ ଓ ଗିରଫ ଦାବିରେ ସୋମବାର ସକାଳୁ ଧର୍ମଗଡ଼ ରାୟପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ୧୩୦ସିକୁ ଅବରୋଧ କରିଛନ୍ତି।

ସୂଚନାନୁଯାୟୀ, ରବିବାର ବିଳମ୍ବିତ ରାତିରେ ଧର୍ମଗଡ଼ ବସ୍ତିପଡ଼ାର ମୁକେଶ ନାଏକ ନାମକ ଜଣେ ଯୁବକ ପେଟରେ ଯନ୍ତ୍ରଣା ହେବାରୁ ସ୍ଥାନୀୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିଲେ। ହେଲେ କାର୍ଯ୍ୟରତ ଡାକ୍ତର ଶୈଲେଶ କୁମାର ଦୋରା କୌଣସି କାରଣକୁ ନେଇ ମୁକେଶକୁ ନିସ୍ତୁକ ମାଡ଼ ମାରିଥିଲେ। ଏପରିକି ଡାକ୍ତରଖାନାର ସିକ୍ୟୁରିଟି ଗାର୍ଡ ଡାକ୍ତର ଦୋରାଙ୍କୁ ଛଡ଼ାଉଥିଲେ ମଧ୍ୟ ସେ ଶୁଣି ନ ଥିଲେ। ଯାହାର ଭିଡିଓ ଆଜି ସକାଳେ ଭାଇରାଲ ହେବା ପରେ ରୋଗୀଙ୍କ ସମ୍ପର୍କୀୟ ଓ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ରାସ୍ତାରୋକୋ କରିଛନ୍ତି।
ଡାକ୍ତରଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସେମାନେ ଦାବି କରିଛନ୍ତି। ଘଟଣାସ୍ଥଳରେ ଧର୍ମଗଡ଼ ଏସ୍‌ଡିପିଓ ଧୀରଜ କୁମାର ଚୋପଦାର ପହଞ୍ଚି ବୁଝାଶୁଝା କରୁଥିଲେ ମଧ୍ୟ ଆନ୍ଦୋଳନକାରୀ ନିଜ ଜିଦ୍‌ରେ ଅଟଳ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri