ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ ଦୁଇ ଘଣ୍ଟିଆ ଆଜି ଧାରଣା ଦିଆଯାଇଛି। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଧାରଣା ଦିଆଯାଇଥିବା ବେଳେ ସ୍ଥାନୀୟ ଲୋକେ ମଧ୍ୟ ଉକ୍ତ ଧାରଣାକୁ ସମର୍ଥନ କରିଥିବାର ଦେଖିବାକୁ ମିଳିଛି। ଉକ୍ତ ପୋଲଟି ବ୍ଲକର ଦୁଇଟି ପ୍ରମୁଖ ସ୍ଥାନ ଚିତ୍ରଡ଼ା ଓ ମୋରଡ଼ାକୁ ସଂଯୋଗ କରୁଥିବା ବେଳେ ପୋଲ ଦବି ଯିବାରୁ ପ୍ରଶାସନ ତରଫରୁ ପୋଲ ଉପରେ ଯାତାୟାତ ପାଇଁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି, ଫଳରେ ଅଞ୍ଚଳବାସୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଉକ୍ତ ପୋଲର ରକ୍ଷଣାବେକ୍ଷଣର ଅଭାବରୁ ପୋଲଟି ବିପଦସଙ୍କୁଳ ହୋଇପଡ଼ିଛି। ପୋଲ ତଳୁ ହଜାର ହଜାର ଟ୍ରିପ ବାଲି ଚାଲାଣ ହେବାରୁ ପୋଲର ଏପରି ଅବସ୍ଥା ହୋଇଛି। ତେଣୁ ଏସବୁର ଉଚ୍ଚସ୍ତରୀୟ ତଦନ୍ତ ହେବା ସହିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ସଭାପତି ଦାସ। ସେହିପରି ଯଥାଶୀଘ୍ର ଏକ ଅସ୍ଥାୟୀ ପୋଲର ନିର୍ମାଣ ନିମନ୍ତେ ଦାବି କରିଥିଲେ ଦାସ।

ତେବେ ଆଜିର ଧାରଣାରେ ସଭାପତି ଦାସ ଭାଜପା ସରକାର ଓ ବର୍ତ୍ତମାନର ମୋରଡ଼ା ବିଧାୟକ ତଥା ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ବିଭିନ୍ନ କାରଣ ନେଇ କଡ଼ା ସମାଲୋଚନା କରିଥିଲେ। ଲୋକଙ୍କ ମୌଳିକ ଅଧିକାରକୁ ଆଗ୍ରାଧିକାରକୁ ଗୁରୁତ୍ୱ ନଦେଇ ବିଧାୟକ ମହାପାତ୍ର ତାର ଓଲଟା କରୁଛନ୍ତି। ଦୀର୍ଘଦିନ ହେଲା ଜେଏମ୍‌ଏମ୍‌ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଧାରଣାରେ ବସୁଥିଲେ ମଧ୍ୟ ଲୋକଙ୍କ ଅସୁବିଧାକୁ ନଜର ଦେଉନାହାନ୍ତି ବର୍ତ୍ତମାନର ଭାଜପା ସରକାର ବା ମନ୍ତ୍ରୀ ମହାପାତ୍ର। ସରକାର ସବୁ ବିଭାଗରେ ବିଫଳ ତେଣୁ ସ୍ବର ଉତ୍ତୋଳନ କରିବାକୁ ନାରା ଦେଇଥିଲେ ଦାସ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri