ଶିକ୍ଷକ ପଦବୀ ପୂରଣ ଦାବିରେ ବିଇଓଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା

ତିହିଡ଼ି,୧୨ା୮(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡ଼ା ପଞ୍ଚାୟତ ଅଧୀନ ବାସୁଳି ନୋଡାଲ ସ୍କୁଲ ପରିଚାଳନା କମିଟିର କର୍ମକର୍ତ୍ତା ଓ ଅଭିଭାବକମାନେ ସୋମବାର ଗୋଷ୍ଠୀ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଇଛନ୍ତି। ସ୍କୁଲରେ ଆବଶ୍ୟକ ଥିବା ଶିକ୍ଷକ ପଦବୀ ପୂରଣ ଦାବିରେ ଏହି ଧାରଣା ଦିଆ ଯାଇଥିବା ଜଣାଯାଇଛି।
ଅଭିଯୋଗରୁ ଜଣାଯାଇଛି ଯେ, ସ୍କୁଲରେ ୪୪୨ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ମାତ୍ର ୪ଜଣ ଶିକ୍ଷକ ଶିକ୍ଷାଦାନ କରୁଛନ୍ତି। ସ୍କୁଲରେ ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଏହି ପିଲାଙ୍କ ପାଇଁ ମୋଟ୍‌ ୬ଟି ସେକ୍ସନ କରାଯାଇଛି। ୪ ଜଣ ଶିକ୍ଷକ ୪ ସେକ୍ସନରେ ଶିକ୍ଷାଦାନ କଲାବେଳେ ଅନ୍ୟ ୨ସେକ୍ସନର ପିଲାମାନେ ପାଠ ପଢ଼ିବାରୁ ବଞ୍ଚିତ ହେଉଛନ୍ତି। ପ୍ରଧାନଶିକ୍ଷକ ପଦବୀ ଖାଲି ପଡ଼ିଥିଲେ ମଧ୍ୟ ଏହା ପୂରଣ ହୋଇ ପାରୁନାହିଁ। କମିଟି କର୍ମକର୍ତ୍ତା ଓ ଅଭିଭାବକମାନେ ଏ ସମ୍ପର୍କରେ ଗତ ମାସ ବିଇଓଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ପାରିନାହିଁ। ଏହାର ପ୍ରତିବାଦରେ ସରପଞ୍ଚ କୁନ୍ତଳା ମଲିକ, ପରିଚାଳନା କମିଟି ସଭାପତି ଲମ୍ବୋଧର ଦାସଙ୍କ ସମେତ ବାସୁଦେବ ଦାସ, ଅର୍ଜୁନ ମଲିକ, ମାମି ମଲିକ, ମଞ୍ଜୁଲତା ବେହେରା, ରମଣୀ ମଲିକ, ସୁଲୋଚନା ମଲିକ, ସୁଜାତା ବେହେରା ପ୍ରମୁଖ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri