ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇବା ଦାବିରେ ତେଜିଲା ଆନ୍ଦୋଳନ

ବରଗଡ଼ ଅଫିସ,୧୪ା୧୦: ବରଗଡ଼ ସହରସ୍ଥିତ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଆନ୍ଦୋଳନ ତେଜି ଉଠିଛି। ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ବୁଧବାର ଏହି ଦାବି ନେଇ ଏକ ଶୋଭାଯାତ୍ରା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରୁ ବାହାରି ସହର ପରିକ୍ରମା ସହିତ ଜିଲାପାଳ ଅଫିସ ଯାଇଥିଲା। ମୁଖ୍ୟମନ୍ତ୍ରୀ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ଘୋଷଣା କରିଥିବା ଯୋଗୁ ଏହି ଘୋଷଣା ମୁତାବକ ଉକ୍ତ ଡାକ୍ତରଖାନାରେ ଆବଶ୍ୟକ ସଂଖ୍ୟକ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ ନିଯୁକ୍ତି ଏବଂ ଅନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ଦାବି ହୋଇଛି। ହସ୍ପିଟାଲ ବଞ୍ଚାଅ ଅଭିଯାନର ଭବାନୀ ପ୍ରସାଦ ସାହୁ, ଅମିତାଭ ପାତ୍ର, ରମେଶ ପତି, ପବିତ୍ର ଦେହୁରୀ ବାସମତୀ ବଳଛୋର, ମେରିୟମ ବାର୍ଲା ପ୍ରମୁଖ ଏହାର ନେତୃତ୍ୱ ନେଇଥିବାବେଳେ ବହୁସଂଖ୍ୟକ ମହିଳା, ପୁରୁଷ ସାମିଲ ହୋଇଥିଲେ।
ସୂଚନାଯୋଗ୍ୟ, ବରଗଡ଼ ସହର ଉପକଣ୍ଠ ବରଡୋଲରେ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ଦୀର୍ଘଦିନ ହେଲା କାର୍ଯ୍ୟକ୍ଷମ ହୋଇସାରିଛି। ତେବେ ସହରବାସୀଙ୍କ ବାରମ୍ବାର ଆନ୍ଦୋଳନ ଏବଂ ଦାବି ପରେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ମୁଖ୍ୟମନ୍ତ୍ରୀ ସିଏଚ୍‌ସି ଘୋଷଣା କରିଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ଉକ୍ତ ଡାକ୍ତରଖାନାରେ ସିଏଚସି ମୁତାବକ ଆବଶ୍ୟକ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ ଓ ଅନ୍ୟ ଆନୁସଙ୍ଗିକ ବ୍ୟବସ୍ଥା ହୋଇ ପାରିନାହିଁ। ଫଳରେ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri