ଜବରଦଖଲ ଉଚ୍ଛେଦ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ କଲେ ପଞ୍ଚାୟତବାସୀ

ତିହିଡ଼ି,୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ ତାଳପଦା ପଞ୍ଚାୟତର ଅଧୀବାସୀମାନେ ସୋମବାର ତିହିଡ଼ି ତହସିଲ କାର୍ଯ୍ୟାଳୟକୁ ଘେରିଥିଲେ। ସରକାରୀ ରାସ୍ତାକୁ ଜବରଦଖଲ କରି ଜଣେ ପ୍ରଧାନଶିକ୍ଷକ ନିର୍ମାଣ କରିଥିବା କୋଠାଘରକୁ ଉଚ୍ଛେଦ ଦାବିରେ ପଞ୍ଚାୟତବାସୀ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି। ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରୁ ବିଲଣା ଆରଡି ରୋଡ୍‌ ଭାୟା ତାଳପଦା ରାସ୍ତାର ମଧ୍ୟଭାଗକୁ ଅବରୋଧ କରି ଜଣେ ପ୍ରଧାନଶିକ୍ଷକ କୋଠାଘର ନିର୍ମାଣ କରିଛନ୍ତି। ଯାହାଫଳରେ ତାଳପଦା ସମେତ ବିଲଣା, ତଳଗୋପବିନ୍ଧା ପ୍ରମୁଖ ପଞ୍ଚାୟତର ଅଧିବାସୀମାନେ ଯାତାୟାତରେ ସମସ୍ୟା ଭୋଗ କରୁଛନ୍ତି।
ବିଶେଷତଃ ସ୍କୁଲ ପିଲାମାନେ ଯାତାୟାତ ନେଇ ଦୁର୍ଦ୍ଦଶା ଭୋଗୁଥିବା ଦର୍ଶାଯାଇଛି। ପଞ୍ଚାୟତବାସୀ ଏହାକୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ କୋର୍ଟ ପକ୍ଷରୁ ତୁରନ୍ତ ଏହାର ସମାଧାନ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ଏହା କାର୍ଯ୍ୟକାରୀ ହେବାରେ ଅହେତୁକ ବିଳମ୍ବ ଘଟିଛି। ଏହାର ପ୍ରତିବାଦରେ ଓ୍ବାର୍ଡସଦସ୍ୟା ଜୟନ୍ତୀ ବେହେରା, ତାପସ ବେହେରା, ବିଦ୍ୟାଧର ଦାସ, ଦୁଃଖିଶ୍ୟାମ ଜେନା, ଅଞ୍ଜନା ଦଳେଇ, ଗୀତାରାଣୀ ଜେନା ପ୍ରମୁଖ ଶତାଧିକ ପଞ୍ଚାୟତବାସୀ ତହସିଲ କାର୍ଯ୍ୟାଳୟକୁ ଘେରିଥିବା ଜଣାଯାଇଛି। ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ ସପ୍ତାହକ ମଧ୍ୟରେ ରାସ୍ତାର ମାପଚୁପ କରିବା ପରେ ପଦକ୍ଷେପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri