ନୂଆ ପଞ୍ଚାୟତ ଗଠନ ଦାବିରେ ରାସ୍ତାରେ ବସିଲେ ଅଞ୍ଚଳବାସୀ

ବାଲିଗୁଡ଼ା,୧୦ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ନୂଆ ପଞ୍ଚାୟତ ଗଠନ ଦାବିରେ ତେଜୁଛି ଜନଅସନ୍ତୋଷ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଛନ୍ତି ଅଞ୍ଚଳବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହେବା ପରେ ନୂଆ ପଞ୍ଚାୟତ ଗଠନ ନିମନ୍ତେ ଆବେଦନ କରିଛନ୍ତି  ମଗଡ଼ିଙ୍ଗିଆ ଅଞ୍ଚଳବାସୀ। କନ୍ଧମାଳ ଜିଲା କ. ନୂଆଗାଁ ବ୍ଲକ ଅଧିନସ୍ଥ ବଣ୍ଡଗୁଡ଼ା ପଞ୍ଚାୟତ ଉପରେ ନିର୍ଭର କରି ରହିଆସୁଥିଲେ ମଗଡିଙ୍ଗିଆ ଅଞ୍ଚଳବାସୀ ଓ ଅନେକ ଅସୁବିଧାର ସମୁଖୀନ ହେଉଥିଲେ। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଅଞ୍ଚଳବାସୀ ନିଜ ସୁବିଧା ନିମନ୍ତେ ମଗଡିଙ୍ଗିଆଠାରେ ନୂଆ ପଞ୍ଚାୟତ ଦାବି କରି ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ପର୍ଯ୍ୟନ୍ତ ଯାଇଥିଲେ ମଧ୍ୟ କୌଣସି ଫଳପ୍ରଦ ହୋଇପାରିନାହିଁ।

ସୂଚନାନୁଯାୟୀ, ଏହି ଅଞ୍ଚଳବାସୀ ପ୍ରଥମେ ବଣ୍ଡଗୁଡ଼ା ପଞ୍ଚାୟତରେ ଅନ୍ତର୍ଭୁକ୍ତ ଥିଲେ। ହେଲେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜନସଂଖ୍ୟା ବୃଦ୍ଧି ଯୋଗୁ ଡିରିଡିକିଆଠାରେ ନୂଆ ପଞ୍ଚାୟତ ଗଠନ ପାଇଁ ଦାବି କରାଯାଇଥିଲା। ହେଲେ ୨୦୧୫ରେ ବଣ୍ଡଗୁଡ଼ାଠାରୁ ଜିରିଡିକିଆ ମାତ୍ର ଏକ କିମି ବ୍ୟବଧାନରେ ପଞ୍ଚାୟତ ଗଠନ କରାଯାଇଥିଲା। ଫଳରେ ଏହି ୧୦ଟି ଗାଁ ଲୋକେ ପାଖାପାଖି ୧୨ କିମି ଦୂରତା ହେଉଥିବା ଯୋଗୁ ପଞ୍ଚାୟତକୁ ଯାଇ ରାଶନ ଚାଉଳ, ଭତ୍ତା ପୁଣି ଅନ୍ୟାନ୍ୟ କାର୍ଯ୍ୟ କରିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଫଳରେ କ.ନୂଆଗାଁ ଗୋଷ୍ଠୀ ଉନୟନ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ ଅଞ୍ଚଳବାସୀ। କୌଣସି ସୁଫଳ ନ ମିଳିବାରୁ କନ୍ଧମାଳ ଜିଲାପାଳଙ୍କୁ ଭେଟି ଲିଖିତ ଅଭିଯୋଗ କରିଥିଲେ। କନ୍ଧମାଳ ଜିଲାପାଳ କୌଣସି ପଦକ୍ଷେପ ନ ନେବାରୁ ବାଧ୍ୟ ହୋଇ ଅଞ୍ଚଳବାସୀ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନେଇଥିଲେ। ସେଠାରେ ବର୍ତ୍ତମାନ ସୁଦ୍ଧା ବିଚାରାଧୀନ ଥିବା ଜଣାପଡ଼ିଛି।

ବର୍ତ୍ତମାନ ନୂତନ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ପ୍ରକଷ୍ଠକୁ ଯାଇ ଲିଖିତ ଅଭିଯୋଗ କରିଥିଲେ। କନ୍ଧମାଳ ଜିଲାପାଳ ଏହାର ଉଚ୍ଚସ୍ତରୀୟ ତଦନ୍ତ କରି କେବେ ଅଞ୍ଚଳବାସୀଙ୍କୁ ଉଚିତ ନ୍ୟାୟ ଦେଉଛନ୍ତି ତାହା ଦେଖିବାକୁ ବାକି ରହିଲା। ଯଦି ଆଗାମୀ ଦିନରେ ଏହାର କାର୍ଯ୍ୟକାରୀ ନ ହେଲେ ବ୍ଲକ କାର୍ଯ୍ୟାଳୟ ସମେତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ପାଇଁ କଡ଼ା ଚେତାବନୀ ଦେଇଛନ୍ତି ଅଞ୍ଚଳବାସୀ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri