ନୂଆ ପଞ୍ଚାୟତ ଗଠନ ଦାବିରେ ରାସ୍ତାରେ ବସିଲେ ଅଞ୍ଚଳବାସୀ

ବାଲିଗୁଡ଼ା,୧୦ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ନୂଆ ପଞ୍ଚାୟତ ଗଠନ ଦାବିରେ ତେଜୁଛି ଜନଅସନ୍ତୋଷ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଛନ୍ତି ଅଞ୍ଚଳବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହେବା ପରେ ନୂଆ ପଞ୍ଚାୟତ ଗଠନ ନିମନ୍ତେ ଆବେଦନ କରିଛନ୍ତି  ମଗଡ଼ିଙ୍ଗିଆ ଅଞ୍ଚଳବାସୀ। କନ୍ଧମାଳ ଜିଲା କ. ନୂଆଗାଁ ବ୍ଲକ ଅଧିନସ୍ଥ ବଣ୍ଡଗୁଡ଼ା ପଞ୍ଚାୟତ ଉପରେ ନିର୍ଭର କରି ରହିଆସୁଥିଲେ ମଗଡିଙ୍ଗିଆ ଅଞ୍ଚଳବାସୀ ଓ ଅନେକ ଅସୁବିଧାର ସମୁଖୀନ ହେଉଥିଲେ। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଅଞ୍ଚଳବାସୀ ନିଜ ସୁବିଧା ନିମନ୍ତେ ମଗଡିଙ୍ଗିଆଠାରେ ନୂଆ ପଞ୍ଚାୟତ ଦାବି କରି ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ପର୍ଯ୍ୟନ୍ତ ଯାଇଥିଲେ ମଧ୍ୟ କୌଣସି ଫଳପ୍ରଦ ହୋଇପାରିନାହିଁ।

ସୂଚନାନୁଯାୟୀ, ଏହି ଅଞ୍ଚଳବାସୀ ପ୍ରଥମେ ବଣ୍ଡଗୁଡ଼ା ପଞ୍ଚାୟତରେ ଅନ୍ତର୍ଭୁକ୍ତ ଥିଲେ। ହେଲେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜନସଂଖ୍ୟା ବୃଦ୍ଧି ଯୋଗୁ ଡିରିଡିକିଆଠାରେ ନୂଆ ପଞ୍ଚାୟତ ଗଠନ ପାଇଁ ଦାବି କରାଯାଇଥିଲା। ହେଲେ ୨୦୧୫ରେ ବଣ୍ଡଗୁଡ଼ାଠାରୁ ଜିରିଡିକିଆ ମାତ୍ର ଏକ କିମି ବ୍ୟବଧାନରେ ପଞ୍ଚାୟତ ଗଠନ କରାଯାଇଥିଲା। ଫଳରେ ଏହି ୧୦ଟି ଗାଁ ଲୋକେ ପାଖାପାଖି ୧୨ କିମି ଦୂରତା ହେଉଥିବା ଯୋଗୁ ପଞ୍ଚାୟତକୁ ଯାଇ ରାଶନ ଚାଉଳ, ଭତ୍ତା ପୁଣି ଅନ୍ୟାନ୍ୟ କାର୍ଯ୍ୟ କରିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଫଳରେ କ.ନୂଆଗାଁ ଗୋଷ୍ଠୀ ଉନୟନ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ ଅଞ୍ଚଳବାସୀ। କୌଣସି ସୁଫଳ ନ ମିଳିବାରୁ କନ୍ଧମାଳ ଜିଲାପାଳଙ୍କୁ ଭେଟି ଲିଖିତ ଅଭିଯୋଗ କରିଥିଲେ। କନ୍ଧମାଳ ଜିଲାପାଳ କୌଣସି ପଦକ୍ଷେପ ନ ନେବାରୁ ବାଧ୍ୟ ହୋଇ ଅଞ୍ଚଳବାସୀ ଉଚ୍ଚ ନ୍ୟାୟାଳୟର ଆଶ୍ରୟ ନେଇଥିଲେ। ସେଠାରେ ବର୍ତ୍ତମାନ ସୁଦ୍ଧା ବିଚାରାଧୀନ ଥିବା ଜଣାପଡ଼ିଛି।

ବର୍ତ୍ତମାନ ନୂତନ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ପ୍ରକଷ୍ଠକୁ ଯାଇ ଲିଖିତ ଅଭିଯୋଗ କରିଥିଲେ। କନ୍ଧମାଳ ଜିଲାପାଳ ଏହାର ଉଚ୍ଚସ୍ତରୀୟ ତଦନ୍ତ କରି କେବେ ଅଞ୍ଚଳବାସୀଙ୍କୁ ଉଚିତ ନ୍ୟାୟ ଦେଉଛନ୍ତି ତାହା ଦେଖିବାକୁ ବାକି ରହିଲା। ଯଦି ଆଗାମୀ ଦିନରେ ଏହାର କାର୍ଯ୍ୟକାରୀ ନ ହେଲେ ବ୍ଲକ କାର୍ଯ୍ୟାଳୟ ସମେତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ପାଇଁ କଡ଼ା ଚେତାବନୀ ଦେଇଛନ୍ତି ଅଞ୍ଚଳବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ପାନୀୟ ଜଳ ପାଇ ରାଜ୍ୟ ରାଜପଥ ଅବରୋଧ, ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ

ଭାପୁର,୧୬।୬(ପ୍ରଭାତ ବରାଡ): ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ପରେ ପାନୀୟ ନପାଇ ୪୮ନଂ ରାଜ୍ୟ ରାଜପଥ ରାସ୍ତା ଉପରେ ଗରା, ବାଲ୍‌ଟି ରଖି ବିକ୍ଷୋଭ ପ୍ରଦର୍ଶନ।…

ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri