ଦୁର୍ନୀତିଗ୍ରସ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ବାଙ୍କୀ, ୧୨ା୮(ସ୍ବ.ପ୍ର.): ଡମପଡ଼ା ବ୍ଲକ କୁସୁପଙ୍ଗି ଓ ତାଳବସ୍ତ ପଞ୍ଚାୟତରେ ଏମ୍‌ଜିଏନଆରଇଜିଏସ୍‌ କାର୍ଯ୍ୟ ଓ ରୁବାନ ଅନୁଦାନରେ ନିର୍ମାଣ ହୋଇଥିବା ପ୍ରକଳ୍ପଗୁଡିକରେ ମହାଦୁର୍ନୀତିରେ ହୋଇଛି। ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହ ଗିରଫ କରିବାକୁ ଦାବି କରି କଂଗ୍ରେସ ପକ୍ଷରୁ ଡମପଡ଼ା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଗଣଧାରଣା ବୁଧବାର ତୃତୀୟ ଦିନରେ ପହଞ୍ଚତ୍ଛି। ଏଥିରେ ପ୍ରଦେଶ କଂଗ୍ରେସ ଉପସଭାପତି ତଥା ବାଙ୍କୀର ପୂର୍ବତନ ବିଧାୟକ ଡ. ଦେବାଶିଷ ପଟ୍ଟନାୟକ ଗଣଧାରଣାରେ ବସିଥିବା କର୍ମୀମାନଙ୍କ ସହ ସାମିଲ୍‌ ହୋଇ ବ୍ଲକରେ ହେଉଥିବା ଦୁର୍ନୀତିରେ ସମ୍ପୃକ୍ତ ଥିବା କର୍ମଚାରୀମାନଙ୍କୁ ସସ୍‌ପେଣ୍ଡ କରିବା ସହ ପଞ୍ଚାୟତରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ବାଙ୍କୀ ଉପଖଣ୍ଡ ଓ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପରିବର୍ତ୍ତେ ନୀରବତା ଅବଲମ୍ବନ କରୁଛନ୍ତି। କଟକ ଜିଲାପାଳ କିମ୍ବା ତାଙ୍କର ପ୍ରତିନିଧି ଘଟଣାସ୍ଥଳକୁ ଆସି ଗଣଧାରଣାକାରୀଙ୍କ ସହ ଆଲୋଚନା କରି ତୁରନ୍ତ ଦୁର୍ନୀତି ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଅନିର୍ଦ୍ଦିଷ୍ଟକାଳ ପାଇଁ ଏହି ଗଣଧାରଣା ଚାଲୁ ରହିବ ବୋଲି ସେ ପ୍ରକାଶ କରିଥିଲେ। ଡମପଡ଼ା ବ୍ଲକ କଂଗ୍ରେସ ସଭାପତି ଅସିତ ବରଣ ପଟ୍ଟନାୟକଙ୍କ ନେତୃତ୍ୱରେ ଏହି ଗଣଧାରଣାରେ ଜିଲା କଂଗ୍ରେସ ଉପସଭାପତି କୁବେର ଚୌଧୁରୀ, ଉପଦେଷ୍ଟା ବାବୁଲି ଦଳେଇ, ପୂର୍ବତନ ସରପଞ୍ଚ ଭାବଗ୍ରାହୀ ସ୍ବାଇଁ, ଘନଶ୍ୟାମ ମହାନ୍ତି, ନକୁଳ ପ୍ରଧାନ, ପ୍ରଶାନ୍ତ କୁମାର ମହାନ୍ତି, ଦେବେନ୍ଦ୍ର ଧଳ ସାମନ୍ତ, ବାସୁଦେବ ପଣ୍ଡାଙ୍କ ସମେତ ବହୁ କଂଗ୍ରେସ କର୍ମୀ ଯୋଗଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

କୋରାପୁଟର ୮୮,୨୮୯ ଚାଷୀଙ୍କ ଖାତାକୁ ଗଲା ୧୭.୮୮ କୋଟି ଟଙ୍କା

କୋରାପୁଟ,୪ା୯(ଅମିତାଭ ବେହରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଓୟୁଏଟି କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri