ବାଲିମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ତେଜିଲା

ନୀଳଗିରି, ୨୧।୫(ସ୍ବ.ପ୍ର.)

ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସୋନ ନଦୀପଠାରୁ ପ୍ରତ୍ୟେକ ଦିନ ଟ୍ରିପ୍‌ ଟ୍ରିପ୍‌ ବାଲି ଚାଲାଣ ହେଉଛି। ଏହାକୁ ରୋକିବା ପାଇଁ ପ୍ରଶାସନ କୌଣସି ଦୃଢ଼ କର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଲୁଟେରାମାନେ ଅବାଧରେ ବାଲି ଚାଲାଣ କରି ମାଲାମାଲ ହେଉଛନ୍ତି। ଏହାର ପ୍ରତିବାଦ କରି ଶୁକ୍ରବାର ପ୍ରକୃତି ସୁରକ୍ଷା ମଞ୍ଚ ନରସିଂହପୁର ପଞ୍ଚାୟତ ପକ୍ଷରୁ ବାଲି ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଭାବେ ଗଣବିକ୍ଷୋଭ କରାଯାଇଥିଲା। ସେମାନଙ୍କ ଦାବିକୁ ସମର୍ଥନ ଜଣାଇ ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଉପସ୍ଥିତ ରହି ପ୍ରଶାସନର ଉଦାସୀନତା ସମ୍ପର୍କରେ ଉଦ୍‌ବେଗ ପ୍ରକାଶ କରିଥିଲେ। ନୀଳଗିରି ଉପଜିଲାପାଳ ଦୀପ୍ତି ରଞ୍ଜନ ସେଠୀ ପହଞ୍ଚି ଆଲୋଚନା କରିଥିଲେ। ପ୍ରକୃତି ସୁରକ୍ଷା ମଞ୍ଚ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ ସହ ଆଗାମୀ ୭ଦିନ ଭିତରେ ଆସାମୀମାନଙ୍କୁ ଗିରଫ କରା ନ ଗଲେ ଆନ୍ଦୋଳନାତ୍ମକ ପନ୍ଥାକୁ ଜୋରଦାର କରାଯିବ ବୋଲି କହିଥିଲେ। ଉପଜିଲାପାଳ ସେଠୀ ଏହି ବିଷୟକୁ ଗୁରୁତ୍ୱ ଦେବା ଓ ଦୃଢ଼ କାର୍ଯ୍ୟାନୁଷ୍ଠାନର ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ଅବସରରେ ସେଠାରେ ଉପସ୍ଥିତ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ରମେଶ ମହାନ୍ତି, ପୂର୍ବତନ ନଗରପାଳ ରାଧାଗୋବିନ୍ଦ ଖଟୁଆ, ଗଙ୍ଗାଧର ମିଶ୍ର, ରାଜୀବ ଦାସବାବୁ, କୁଳମଣି ନାୟକ, ତାପସ ମହାନ୍ତି, ସମର ଶଙ୍କର କାନୁନଗୋ, ରାମକୃଷ୍ଣ ମହାପାତ୍ର, ଶୁଭାଶିଷ ଆଚାର୍ଯ୍ୟ, ବିଭିନ୍ନ ପଞ୍ଚାୟତର କିଛି ସରପଞ୍ଚ ଓ ସମିତିସଭ୍ୟ ପ୍ରମୁଖ ଯୋଗଦେଇଥିଲେ।
ସୂଚନା ଅନୁଯାୟୀ, ସୋନ ନଦୀପଠାରୁ ବିଭିନ୍ନ ସ୍ଥାନରେ ବାଲି ମାଫିଆ ମେଶିନ ଲଗାଇ ଶହ ଶହ ଟ୍ରିପ ବାଲି ବାହାରକୁ ଚାଲାଣ କରୁଛନ୍ତି। ବ୍ୟାପକ ବାଲି ଚୋରାଚାଲାଣ ଫଳରେ ନରସିଂହପୁର, କୁଲାପାଳ ଅଞ୍ଚଳରୁ ବାଲି ଚୋରାଚାଲାଣ ହେଉଥିବା ଯୋଗୁ ନଦୀତଟରେ ହୋଇଥିବା ପଥର ପ୍ୟାକିଂ ଭୁଶୁଡ଼ିବାର ଆଶଙ୍କା ଦେଖାଦେଇଛି। କାଠପାଳ ପୋଲ ତଳୁ ବାଲି ନେବା ଫଳରେ ପୋଲକୁ ବିପଦ ଦିନକୁ ଦିନ ବଢ଼ୁଛି। ପ୍ରଭାବିତ ଅଞ୍ଚଳର ଲୋକମାନେ ବାରମ୍ବାର ପ୍ରଶାସନ ଓ ପୋଲିସ ପ୍ରଶାସନ ନିକଟରେ ଅଭିଯୋଗ କରି ନୟାନ୍ତ ହୋଇପଡ଼ିଲେଣି। ଚୋରାବାଲି ଖନନକୁ ନେଇ ଅଭିଯୋଗକାରୀମାନେ ମଧ୍ୟ ବାଲିମାଫିଆଙ୍କ ଦ୍ୱାରା ମରଣାନ୍ତକ ଆକ୍ରମଣର ଶିକାର ହେଉଛନ୍ତି। ଏହାର ଏକ ଉଦାହରଣ ଗତ ମେ’ ୭ତାରିଖରେ ନରସିଂହପୁର ପଞ୍ଚାୟତ ଅଞ୍ଚଳରେ ଦେଖିବାକୁ ମିଳିଛି। ଏ ପର୍ଯ୍ୟନ୍ତ ସମ୍ପୃକ୍ତ ଆସାମୀମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହଁି। ପୋଲିସ ଆସାମୀମାନଙ୍କୁ ଖୋଜୁଛି କହି ହାତ ବାନ୍ଧି ବସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପେନ୍ଦ୍ରଭଞ୍ଜ ଉଚ୍ଚ ବିଦ୍ୟାଳୟରେ ସମାଧାନ ହେବ ଶିକ୍ଷକ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri