ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ, ନିଷ୍କାସନ ପାଇଁ ଦାବି

କେନ୍ଦୁଝର,୮ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ରାଇସୁଆଁରୁ କେନ୍ଦୁଝର ସହରକୁ ଆସିବା ପାଇଁ ବାଲିଆଗୁଡ଼ା ନିକଟରେ ଏନ୍‌ଏଚ୍‌-୨୦ର ନିର୍ମାଣ ହୋଇଥିବା ସର୍ଭିସ ରୋଡ୍‌ ଜଳାର୍ଣ୍ଣବ ହୋଇଯାଇଛି। ବର୍ଷା ଜଳ ନିଷ୍କାସନ ହୋଇ ପାରୁ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହେଉଥିବା ବେଳେ ଗାଡ଼ିରେ ଯାତାୟାତ ଅସୁରକ୍ଷିତ ହୋଇପଡ଼ିଛି। ଡ୍ରେନ୍‌ ନିର୍ମାଣ ହୋଇଥିଲେ ହେଁ ଜଳ ନିଷ୍କାସନ ହେଉନାହିଁ। ଡ୍ରେନର କଭର ସବୁ ନଷ୍ଟ ହୋଇଯାଇ ମେଲା ହୋଇ ରହିଛି। ଏଣୁ ବିଶେଷ କରି ଚାଲିଚାଲି ଯିବା ଆସିବା କରୁଥିବା ଲୋକେ ବହୁ ଅସୁବିଧା ଭୋଗୁଥିବା ବେଳେ ଦୁର୍ଘଟଣା ଆଶଙ୍କା ରହିଛି ବୋଲି ରାଇସୁଆଁ ନିବାସୀ ଜଲାଲୁଦ୍ଦିନ ଆକବର କହିଛନ୍ତ। ଏହା ଦ୍ୱାରା ରାଇସୁଆଁ ଲୋକଙ୍କୁ ବହୁ ବାଟ ବୁଲି କେନ୍ଦୁଝର ସହରକୁ ଯିବା ଆସିବା କରିବାକୁ ପଡୁଛି। ବିଶେଷକରି ବାଲିଆଗୁଡା, ଜନାର୍ଦ୍ଦନପୁର, ଧୃପଦା ଆଦି ଗ୍ରାମର ଲୋକମାନେ ଅସୁବିଧା ଭୋଗୁଛନ୍ତ। ଏନେଇ ଏନ୍‌ଏଚ୍‌ଏଆଇ ବିଭାଗ ଏବଂ ଜିଲା ପ୍ରଶାସନ ତୁରନ୍ତ ପ୍ରତିକାର ବ୍ୟବସ୍ଥା କରିବାକୁ ପୂର୍ଣ୍ଣଚନ୍ଦ୍ର ମହାନ୍ତ, ଅନିଲ ସୋନକାର, ଶତ୍ରୁଘ୍ନ ମହାରଣାଙ୍କ ସମେତ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri