ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ, ନିଷ୍କାସନ ପାଇଁ ଦାବି

କେନ୍ଦୁଝର,୮ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ରାଇସୁଆଁରୁ କେନ୍ଦୁଝର ସହରକୁ ଆସିବା ପାଇଁ ବାଲିଆଗୁଡ଼ା ନିକଟରେ ଏନ୍‌ଏଚ୍‌-୨୦ର ନିର୍ମାଣ ହୋଇଥିବା ସର୍ଭିସ ରୋଡ୍‌ ଜଳାର୍ଣ୍ଣବ ହୋଇଯାଇଛି। ବର୍ଷା ଜଳ ନିଷ୍କାସନ ହୋଇ ପାରୁ ନ ଥିବାରୁ ଏଭଳି ସମସ୍ୟା ସୃଷ୍ଟି ହେଉଥିବା ବେଳେ ଗାଡ଼ିରେ ଯାତାୟାତ ଅସୁରକ୍ଷିତ ହୋଇପଡ଼ିଛି। ଡ୍ରେନ୍‌ ନିର୍ମାଣ ହୋଇଥିଲେ ହେଁ ଜଳ ନିଷ୍କାସନ ହେଉନାହିଁ। ଡ୍ରେନର କଭର ସବୁ ନଷ୍ଟ ହୋଇଯାଇ ମେଲା ହୋଇ ରହିଛି। ଏଣୁ ବିଶେଷ କରି ଚାଲିଚାଲି ଯିବା ଆସିବା କରୁଥିବା ଲୋକେ ବହୁ ଅସୁବିଧା ଭୋଗୁଥିବା ବେଳେ ଦୁର୍ଘଟଣା ଆଶଙ୍କା ରହିଛି ବୋଲି ରାଇସୁଆଁ ନିବାସୀ ଜଲାଲୁଦ୍ଦିନ ଆକବର କହିଛନ୍ତ। ଏହା ଦ୍ୱାରା ରାଇସୁଆଁ ଲୋକଙ୍କୁ ବହୁ ବାଟ ବୁଲି କେନ୍ଦୁଝର ସହରକୁ ଯିବା ଆସିବା କରିବାକୁ ପଡୁଛି। ବିଶେଷକରି ବାଲିଆଗୁଡା, ଜନାର୍ଦ୍ଦନପୁର, ଧୃପଦା ଆଦି ଗ୍ରାମର ଲୋକମାନେ ଅସୁବିଧା ଭୋଗୁଛନ୍ତ। ଏନେଇ ଏନ୍‌ଏଚ୍‌ଏଆଇ ବିଭାଗ ଏବଂ ଜିଲା ପ୍ରଶାସନ ତୁରନ୍ତ ପ୍ରତିକାର ବ୍ୟବସ୍ଥା କରିବାକୁ ପୂର୍ଣ୍ଣଚନ୍ଦ୍ର ମହାନ୍ତ, ଅନିଲ ସୋନକାର, ଶତ୍ରୁଘ୍ନ ମହାରଣାଙ୍କ ସମେତ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

ଗଣେଶ ମୂର୍ତ୍ତି ବିସର୍ଜନରେ ନିୟମ ଭଙ୍ଗ: ଅତ୍ୟଧିକ ଉଚ୍ଚଶବ୍ଦରେ ଡିଜେ ବଜାଇବା ପଡ଼ିଲା ମହଙ୍ଗା, ଗାଡ଼ିକୁ ଜବତ କଲା ପୋଲିସ

ବଞ୍ଚୋ,୫।୧୦(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ପୋଲିସ ଡିଜେ ଗାଡ଼ିକୁ ଜବତ କରିଛି । ପୋଡ଼ାଖମଣ ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?