ମରୁଡ଼ି ଘୋଷଣା ଦାବି

ଛତ୍ରପୁର,୧୬। ୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୭୮ ପ୍ରତିଶତ ଜମିରେ ତଳି ନଷ୍ଟ ହୋଇଯାଇଥିବାରୁ ପ୍ରଶାସନ ତୁରନ୍ତ ମରୁଡ଼ି ଘୋଷଣା କରିବା ସହ ଫସଲ ବୀମା ଋଣ ଛାଡ ନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି । ଏ ନେଇ ଛତ୍ରପୁର ସ୍ଥିତି ପିଏନ୍‌ୟୁ କଲେଜ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ଉପସ୍ଥାପନା କରାଯିବା ସହ ବହୁ ଅଞ୍ଚଳରୁ ପୋଡିଯାଇଥିବା ତଳିର ନମୂନା ସଂଗ୍ରହ ହୋଇଛି । କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ମାତ୍ର ୩୫ ପ୍ରତିଶତ ଜମିକୁ ଜଳସେଚନ ସୁବିଧା ରହିଛି। ବର୍ଷା ହେଉ ନ ଥିବା ବେଳେ ତଳିଗୁଡ଼ିକ ପୋଡି ନଷ୍ଟ ହୋଇ ଗଲାଣି । ଶ୍ରାବଣମାସ ଶେଷ ହେବାକୁ ଯାଉଥିବା ବେଳେ ଜମିରେ ଉପଯୁକ୍ତ ପାଣି ନ ଥିବାରୁ ଚାଷ କାର୍ଯ୍ୟ ଆଗେଇ ପାରୁନାହିଁ । ବର୍ତ୍ତମାନ ଜିଲାର ବହୁ ବ୍ଲକରେ ଜମି ଫାଟି ଆଁ ହେବା ସହ ତଳିଗୁଡିକ ପୋଡି ନଷ୍ଟ ହୋଇଗଲାଣି । ଏହି ଖବରଦାତା ସମ୍ମିଳନୀରେ ଋଷିକୁଲ୍ୟା ରୟତ ମହାସଭା ସମ୍ପାାଦକ ସିମାଞ୍ଚଳ ନାହାକ, ଉପଦେଷ୍ଠା ରାଜେନ୍ଦ୍ର ଦାଶ, ଟି.କିଷ୍ଣା ରାଓ, ଶରତ ଚନ୍ଦ୍ର ପଟନାୟକ, କିଶୋର ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri