ମରୁଡ଼ି ଘୋଷଣା ଦାବି

ଛତ୍ରପୁର,୧୬। ୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୭୮ ପ୍ରତିଶତ ଜମିରେ ତଳି ନଷ୍ଟ ହୋଇଯାଇଥିବାରୁ ପ୍ରଶାସନ ତୁରନ୍ତ ମରୁଡ଼ି ଘୋଷଣା କରିବା ସହ ଫସଲ ବୀମା ଋଣ ଛାଡ ନେଇ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି । ଏ ନେଇ ଛତ୍ରପୁର ସ୍ଥିତି ପିଏନ୍‌ୟୁ କଲେଜ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ଉପସ୍ଥାପନା କରାଯିବା ସହ ବହୁ ଅଞ୍ଚଳରୁ ପୋଡିଯାଇଥିବା ତଳିର ନମୂନା ସଂଗ୍ରହ ହୋଇଛି । କୃଷି ପ୍ରଧାନ ଜିଲା ହୋଇଥିବା ବେଳେ ମାତ୍ର ୩୫ ପ୍ରତିଶତ ଜମିକୁ ଜଳସେଚନ ସୁବିଧା ରହିଛି। ବର୍ଷା ହେଉ ନ ଥିବା ବେଳେ ତଳିଗୁଡ଼ିକ ପୋଡି ନଷ୍ଟ ହୋଇ ଗଲାଣି । ଶ୍ରାବଣମାସ ଶେଷ ହେବାକୁ ଯାଉଥିବା ବେଳେ ଜମିରେ ଉପଯୁକ୍ତ ପାଣି ନ ଥିବାରୁ ଚାଷ କାର୍ଯ୍ୟ ଆଗେଇ ପାରୁନାହିଁ । ବର୍ତ୍ତମାନ ଜିଲାର ବହୁ ବ୍ଲକରେ ଜମି ଫାଟି ଆଁ ହେବା ସହ ତଳିଗୁଡିକ ପୋଡି ନଷ୍ଟ ହୋଇଗଲାଣି । ଏହି ଖବରଦାତା ସମ୍ମିଳନୀରେ ଋଷିକୁଲ୍ୟା ରୟତ ମହାସଭା ସମ୍ପାାଦକ ସିମାଞ୍ଚଳ ନାହାକ, ଉପଦେଷ୍ଠା ରାଜେନ୍ଦ୍ର ଦାଶ, ଟି.କିଷ୍ଣା ରାଓ, ଶରତ ଚନ୍ଦ୍ର ପଟନାୟକ, କିଶୋର ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri