Posted inଜାତୀୟ

ଉଦ୍ଧବଙ୍କ ବିରୋଧରେ ଇଡି ଯାଞ୍ଚ୍‌ ଦାବି, ହାଇକୋର୍ଟରେ ପିଟିଶନ…

ମୁମ୍ବାଇ, ୨୩।୬ : ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ଭାରତୀୟ ଜନତା ପାର୍ଟି ନେତା କିରିଟ ସୋମେୟା ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସମ୍ପତ୍ତି ବିରୋଧରେ ଏକ ଜନସ୍ବାର୍ଥ ମାମଲା ଦାଖଲ କରିଛନ୍ତି। ଏହା ମାଧ୍ୟମରେ ସେ ଉଦ୍ଧବଙ୍କ ସମ୍ପତ୍ତିର ତଦନ୍ତ ଦାବି କରିଛନ୍ତି। ତେବେ, ଏପର୍ଯ୍ୟନ୍ତ ଏହି ଜନସ୍ବାର୍ଥ ମାମଲା ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇନାହିଁ।

ଏହି ସମ୍ପତ୍ତିକୁ ମହାରାଷ୍ଟ୍ରର ରାୟଗଡର ମୁରୁଦ ତାଲୁକାରେ ସିଏମ ଠାକରେଙ୍କ ସ୍ତ୍ରୀ ଏବଂ ଶିବସେନା ବିଧାୟକ ରବିନ୍ଦ୍ର ୱାଇକରଙ୍କ ପତ୍ନୀ ମନୀଷା ଏକାଠି କିଣିଥିବା ଅଭିଯୋଗ ହୋଇଛି। ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ପତ୍ତିର ତଦନ୍ତ ପାଇଁ ଭାଜପା ନେତା ଦାବି କରିଛନ୍ତି। ଏହା ବ୍ୟତୀତ ସେ ଦାବି କରିଛନ୍ତି ଯେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଏବଂ ଅନ୍ୟାନ୍ୟ ଏଜେନ୍ସିମାନେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଏବଂ ତାଙ୍କ ପରିବାର ଦ୍ୱାରା ଆଲିବାଗ ସମ୍ପତ୍ତିର ବୈଧ୍ୟତା ଯାଞ୍ଚ କରନ୍ତୁ।

ସୋମେୟା ତାଙ୍କ ଆବେଦନରେ ଦାବି କରିଛନ୍ତି ଯେ ଉଦ୍ଧବ ଏବଂ ବିଧାୟକ ୱାଇକର ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ସମ୍ପର୍କରେ କୌଣସି ସୂଚନା ନ ଦେଇ ଏହାକୁ ଲୁଚାଇ ରଖିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ଉଦ୍ଧବ ଲୋକ ପ୍ରତିନିଧୀ ଅଧିନିୟମ, ୧୯୫୧ର ଉଲ୍ଲଂଘନ କରିଛନ୍ତି।
ସେ ଦାବି କରିଛନ୍ତି ଯେ ସଂରକ୍ଷିତ ଜଙ୍ଗଲ ଅଞ୍ଚଳ ଅଧୀନରେ ଆସିବା ପରେ ମଧ୍ୟ ରଶ୍ମୀ ଠାକରେ ଏବଂ ମନୀଷା ୱାଇକର କୌଣସି ପରିବେଶ କିମ୍ବା ଜଙ୍ଗଲ ମଞ୍ଜୁରୀ ନେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri