Posted inଜାତୀୟ

ଉଦ୍ଧବଙ୍କ ବିରୋଧରେ ଇଡି ଯାଞ୍ଚ୍‌ ଦାବି, ହାଇକୋର୍ଟରେ ପିଟିଶନ…

ମୁମ୍ବାଇ, ୨୩।୬ : ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ଭାରତୀୟ ଜନତା ପାର୍ଟି ନେତା କିରିଟ ସୋମେୟା ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସମ୍ପତ୍ତି ବିରୋଧରେ ଏକ ଜନସ୍ବାର୍ଥ ମାମଲା ଦାଖଲ କରିଛନ୍ତି। ଏହା ମାଧ୍ୟମରେ ସେ ଉଦ୍ଧବଙ୍କ ସମ୍ପତ୍ତିର ତଦନ୍ତ ଦାବି କରିଛନ୍ତି। ତେବେ, ଏପର୍ଯ୍ୟନ୍ତ ଏହି ଜନସ୍ବାର୍ଥ ମାମଲା ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇନାହିଁ।

ଏହି ସମ୍ପତ୍ତିକୁ ମହାରାଷ୍ଟ୍ରର ରାୟଗଡର ମୁରୁଦ ତାଲୁକାରେ ସିଏମ ଠାକରେଙ୍କ ସ୍ତ୍ରୀ ଏବଂ ଶିବସେନା ବିଧାୟକ ରବିନ୍ଦ୍ର ୱାଇକରଙ୍କ ପତ୍ନୀ ମନୀଷା ଏକାଠି କିଣିଥିବା ଅଭିଯୋଗ ହୋଇଛି। ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ପତ୍ତିର ତଦନ୍ତ ପାଇଁ ଭାଜପା ନେତା ଦାବି କରିଛନ୍ତି। ଏହା ବ୍ୟତୀତ ସେ ଦାବି କରିଛନ୍ତି ଯେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଏବଂ ଅନ୍ୟାନ୍ୟ ଏଜେନ୍ସିମାନେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଏବଂ ତାଙ୍କ ପରିବାର ଦ୍ୱାରା ଆଲିବାଗ ସମ୍ପତ୍ତିର ବୈଧ୍ୟତା ଯାଞ୍ଚ କରନ୍ତୁ।

ସୋମେୟା ତାଙ୍କ ଆବେଦନରେ ଦାବି କରିଛନ୍ତି ଯେ ଉଦ୍ଧବ ଏବଂ ବିଧାୟକ ୱାଇକର ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ସମ୍ପର୍କରେ କୌଣସି ସୂଚନା ନ ଦେଇ ଏହାକୁ ଲୁଚାଇ ରଖିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ଉଦ୍ଧବ ଲୋକ ପ୍ରତିନିଧୀ ଅଧିନିୟମ, ୧୯୫୧ର ଉଲ୍ଲଂଘନ କରିଛନ୍ତି।
ସେ ଦାବି କରିଛନ୍ତି ଯେ ସଂରକ୍ଷିତ ଜଙ୍ଗଲ ଅଞ୍ଚଳ ଅଧୀନରେ ଆସିବା ପରେ ମଧ୍ୟ ରଶ୍ମୀ ଠାକରେ ଏବଂ ମନୀଷା ୱାଇକର କୌଣସି ପରିବେଶ କିମ୍ବା ଜଙ୍ଗଲ ମଞ୍ଜୁରୀ ନେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri