ତାରାତାରିଣୀ କଲେଜରେ ସିଟ୍‌ ସଂଖ୍ୟା ବୃଦ୍ଧି ଦାବି

ପୁରୁଷୋତ୍ତମପୁର,୧୪ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଛାତ୍ରୀଛାତ୍ରଙ୍କ ନାମଲେଖା ଲାଗି ଆବଶ୍ୟକ ପରିମାଣର ସିଟ୍‌ ନ ଥିବା ହେତୁ ବହୁ ଗରିବ ଶ୍ରେଣୀର ଛାତ୍ରୀଛାତ୍ର ଉଚ୍ଚଶିକ୍ଷାରୁ ବଞ୍ଚିତ ହେବାରେ ଲାଗିଛନ୍ତି। ଏହା ସହ ଏହି ଅଞ୍ଚଳର ଛାତ୍ରୀଛାତ୍ର ବହୁ ଦୂର ଦୂରାନ୍ତ କଲେଜରେ ନାମ ଲେଖାଉଛନ୍ତି। ଫଳରେ କଲେଜକୁ ଯିବାରେ ଘୋର ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଏଥିନେଇ ଛାତ୍ରୀଛାତ୍ର ଅଭିଭାବକ ଓ ଅଞ୍ଚଳର ବୁଦ୍ଧିଜୀବୀମାନେ ଦୀର୍ଘଦିନ ହେଲା କଲେଜରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି ଶ୍ରେଣୀରେ ସିଟ୍‌ ସଂଖ୍ୟା ବୃଦ୍ଧି କରିବା ଲାଗି କଲେଜ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି କରିଆସୁଥିଲେ ମଧ୍ୟ ଏଥିପ୍ରତି କେହି ଗୁରୁତ୍ୱ ଦେଉନାହାନ୍ତି। ଏହାସହ କଲେଜ ପରିଚାଳନା କର୍ତ୍ତୃପକ୍ଷ ମଧ୍ୟ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପ୍ରତି ଗୁରୁତ୍ୱ ନ ଦେଇ ନୀରବଦ୍ରଷ୍ଟା ସାଜିଛନ୍ତି। ଏଣୁ ଏଥିପ୍ରତି ଖଲିକୋଟ ବିଧାୟିକା ଓ ଶିକ୍ଷା ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ତୁରନ୍ତ କଲେଜରେ ନାମଲେଖା ଲାଗି ସିଟ୍‌ ସଂଖ୍ୟା ବୃଦ୍ଧି କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?