ଗୃହରକ୍ଷୀଙ୍କ ବର୍ଦ୍ଧିତ ଦରମା ଲାଗୁ ଦାବି

ବଲାଙ୍ଗୀର ଅଫିସ,୧୮ା୧୦: ଜିଲା କେଶରୀୟା ହିନ୍ଦୁ ବାହିନୀ ପକ୍ଷରୁ ରାଜ୍ୟ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ହୋଇଥିବା ଗୃହରକ୍ଷୀମାନଙ୍କ ବର୍ଦ୍ଧିତ ଦରମା (ଦୈନିକ ଭତ୍ତା ୫୩୩/ ଟଙ୍କା) ତୁରନ୍ତ ଲାଗୁ ନେଇ ଦାବି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଜିଲାପାଳଙ୍କ ମାଧ୍ୟମରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ବର୍ତ୍ତମାନ ସମୟରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ୍‌ ବୃଦ୍ଧି ପାଉଥିବାରୁ ସେମାନଙ୍କ ପରିବାର ୩୦୦ ଟଙ୍କା ଦୈନିକ ଭତ୍ତାରେ ଚଳିବା ବହୁ କଷ୍ଟକର। ଗୃହରକ୍ଷୀ ଭାଇଭଉଣୀମାନେ ଦିନକୁ ୧୨ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି ସୁଦ୍ଧା ଏକ ଦିନ ମଜୁରିଆ ଠାରୁ କମ୍‌ ପଇସା ପାଉଛନ୍ତି।

ଏନେଇ ରାଜ୍ୟ ସରକାରଙ୍କୁ ଉଚ୍ଚ ନ୍ୟାୟାଳୟ ଦୀର୍ଘ ୨ ବର୍ଷ ହେଲା ଆଦେଶ ଦେବା ସତ୍ତ୍ୱେ ଆଜି ପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ ହୋଇପାରିନାହିଁ। ଏଣୁ ଏହାକୁ ଯଥାଶୀଘ୍ର କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ତୁରନ୍ତ କାର୍ଯ୍ୟକାରୀ ନ ହେଲେ ଆଗାମୀ ଦିନରେ କେଶରୀୟା ହିନ୍ଦୁ ବାହିନୀ ପକ୍ଷରୁ ବ୍ୟାପକ ଆନ୍ଦୋଳନ କରାଯିବ।

ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ କୋଷାଧ୍ୟକ୍ଷ ସୁଶୀଲ ସାହୁ, ରାଜ୍ୟ ସଂଗଠନ ମନ୍ତ୍ରୀ ସୁବ୍ରତ କୁଆଁର, ଜିଲା ସଭାପତି ପ୍ରଦୀପ କୁମାର ତ୍ରିପାଠୀ, ଜିଲା ବରିଷ୍ଠ ଉପାଧ୍ୟକ୍ଷ ଶଙ୍କର୍ଷଣ ଆଚାର୍ଯ୍ୟ, ଜିଲା ଉପସଭାପତି ପ୍ରଦୀପ ଦାସ, ଜିଲା ପ୍ରବକ୍ତା ଦେବାନନ୍ଦ ନାୟକ,ପ୍ରଦୀପ ସାହୁ, ବୁଲୁ ପର୍ଦିଆ, ରାଜୁ ନାଏକ, ଜିଲା ଯୁବ ମୋର୍ଚ୍ଚା ସଭାପତି ଆଲୋକ ନାଥ ପଣ୍ଡା, କବି ସାହୁ, ସୁରଜ ବକୁଳ, ସନଥ ପାତ୍ର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri