ରାସ୍ତା ନିର୍ମାଣ ଦାବି

ଢେଙ୍କାନାଳ ଅଫିସ, ୨୮ା୧୨ ବନ୍ଦ ହୋଇପଡ଼ିଥିବା ରାସ୍ତାର ଉନ୍ନତୀକରଣ କରିବା ଦାବି କରି ସୋମବାର ଢେଙ୍କାନାଳ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ଓଡ଼ାପଡ଼ା ବ୍ଲକ ଡେଙ୍ଗବୋରେଇ ଗ୍ରାମବାସୀ। ଅଭିଯୋଗରୁ ଜଣାପଡ଼ିଛି, ୫୫ନଂ. ଜାତୀୟ ରାଜପଥରୁ ପଞ୍ଚୁପଟି-ଡେଙ୍ଗବୋରେଇ କେନାଲ ହୁଡ଼ା ଦେଇ କାଣ୍ଡବିନ୍ଧାଙ୍କୁ ରାସ୍ତା ସଂଯୋଗୀକରଣ ପାଇଁ ସର୍ଭେ ସରିଥିଲା। ସାମୂହିକ ସ୍ବାର୍ଥ ପାଇଁ କେତେଜଣ ବଦାନ୍ୟ ବ୍ୟକ୍ତି ଜମି ଛାଡ଼ିବାକୁ ରାଜି ହୋଇଥିଲେ। ହେଲେ ଏହି ରାସ୍ତା କାମ ବନ୍ଦ ହୋଇଯାଇଥିଲା। ଗ୍ରାମ୍ୟ ନିର୍ମାଣ ବିଭାଜନ ପକ୍ଷରୁ ଏହି ରାସ୍ତା ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ସେମାନେ ଜିଲାପାଳ ଏବଂ ବିଭାଗୀୟ ନିର୍ବାହୀଯନ୍ତ୍ରୀଙ୍କୁ ଲିଖିତ ଭାବେ ଜଣାଇଥିବା ଗ୍ରାମ ସଭାପତି ରାଜକିଶୋର ରାଉତ, ଡମ୍ବରୁଧର ପ୍ରଧାନ, ଭରତ ଚନ୍ଦ୍ର ପ୍ରଧାନ ପ୍ରମୁଖ କହିଛନ୍ତି। ଏଥିସହ ଖରାଦିନେ ଅଞ୍ଚଳବାସୀଙ୍କ ଜଳକଷ୍ଟ ଦୂର ପାଇଁ କୂଅ ଖୋଲାଇବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri