ନୂଆଁଖାଇ ପରେ ବର୍ଷା ଉଭାନ: ତେଜିଲା ମରୁଡ଼ି ଘୋଷଣା ଦାବି

କୋକସରା,୮ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ଚଳିତ ବର୍ଷ ନୂଆଁଖାଇ ପରେ ବର୍ଷା ଉଭାନ ହୋଇଯାଇଛି। ଫଳରେ ବ୍ଲକର ୨୨ ପଞ୍ଚାୟତରେ ଖରିଫ ଧାନ ଚାଷ ପ୍ରଭାବିତ ହୋଇଛି। ଜଳସେଚିତ ଅଞ୍ଚଳରେ ଚକଡ଼ା ରୋଗପୋକ ପ୍ରାଦୁର୍ଭାବରେ ଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ତେଣୁ ମରୁଡି ଘୋଷଣା, କୃଷିଋଣ ଛାଡ, ଶସ୍ୟ ବୀମା ଆଦି ଦାବି ନେଇ ଶୁକ୍ରବାର କୋକସରା ବ୍ଲକ ସଚେତନ କୃଷକ ମଞ୍ଚ ଆବାହକ ଚାଷୀନେତା ଶିବ ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ ଚାଷୀମାନେ ତହସିଲ ଅଫିସ ଘେରାଉ କରିଥିଲେ।

୨୨ ବ୍ଲକର ଶତାଧିକ ଚାଷୀ ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଘେରାଉ ସହ ପ୍ରତିବାଦ କରିଥିଲେ। ଚାଷୀନେତା ଶିବ ପ୍ରସାଦ ପ୍ରଧାନୀ, ଲଡୁଗାଁ ଜୟ ଜଗନ୍ନାଥ କୃଷକ ମଞ୍ଚ ସମ୍ପାଦକ ପଙ୍କଜ ମୁଖ ଚୌଧୁରୀ, ନୀଳକଣ୍ଠ ମାଝି, ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ, ମହିଳା ନେତ୍ରୀ ତିଳୋତ୍ତମା ନାଏକ, ଜିଲା ପରିଷଦ ସଭ୍ୟ ହେମନ୍ତ କୁମାର ମାଝି, ମାଝିଗୁଡା ପଞ୍ଚାୟତ କୃଷକ ମଞ୍ଚ ପ୍ରତିନିଧି ପଞ୍ଚକ ପୋଢ଼, ରେଙ୍ଗାଲପାଲି ପଞ୍ଚାୟତ କୃଷକ ମଞ୍ଚ ପ୍ରତିନିଧି ଜୟଲାଲ ନାଏକ, ମହିମା ସମିତି ସଭ୍ୟତା ଘନଶ୍ୟାମ ନାଏକ ପ୍ରମୁଖ ୨୨ ପଞ୍ଚାୟତକୁ ମରୁଡି ଘୋଷଣା ସହ ଚାଷୀଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ କ୍ଷତିପୂରଣ ଦେବାପାଇଁ ଭାଷଣରେ ପ୍ରକାଶ କରିଥିଲେ।

ପରେ ସମବେତ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାର ନବୀନ କିଶୋର ପାଢ଼ୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହି ସମୟରେ ଚିନ୍ତାମଣି ପଟେଲ, କେଶବ ଚନ୍ଦ୍ର ନାଏକ, ହରେକୃଷ୍ଣ ନାଏକ, କମଳାକାନ୍ତ ପଣ୍ଡା, ମାର୍କଣ୍ଡ ବେମାଲ, ମନୋଜ ନାଏକ, ମନିଜର ପୋଢ଼, ନାରାୟଣ ପଟ୍ଟନାୟକ, ଋଷିମଣି ମାଝି, ରବି ନାରାୟଣ ଦାସ, ହରିଶ୍ଚନ୍ଦ୍ର ନାଏକ, ଅରବିନ୍ଦ ପଟ୍ଟନାୟକ, ନରେନ୍ଦ୍ର ଧ. ମାଝି, ପରକ୍ଷୀତ ବେଶ୍ରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri