ଗାନ୍ଧୀଛକ ନୂଆଡିହି ଟୋଲ୍‌ ଗେଟ୍‌ ଉଚ୍ଛେଦ ଦାବିରେ ଗଣଧାରଣା

ଝାରସୁଗୁଡା ଅଫିସ,୩।୩: ଝାରସୁଗୁଡ଼ାରୁ ବେଲପାହାଡକୁ ସଂଯୋଗ କରୁଥିବା ୪୯ନଂ ଜାତୀୟ ରାଜପଥର ଗାନ୍ଧୀଛକ ନୂଆଡିହି ନିକଟରେ ବେଆଇନ ଭାବେ ସ୍ଥାପିତ ହୋଇଥିବା ଟୋଲ ଗେଟ୍‌କୁ ସ୍ଥାନୀୟ ବାସିନ୍ଦା ପ୍ରଥମରୁ ବିରୋଧ କରିଆସୁଛନ୍ତି । ୨ବର୍ଷ ମଧ୍ୟରେ ଏହି ଟୋଲ ଗେଟ୍‌କୁ ଏଠାରୁ ଉଚ୍ଛେଦ କରାଯିବ ବୋଲି ଏନ୍‌ଏଚ୍‌ଏଆଇ ସ୍ଥାନୀୟ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲା। ଏନ୍‌ଏଚ୍‌ଏଆଇର ପ୍ରତିଶ୍ରୁତି ପାଣିର ଗାର ସଦୃଶ ହୋଇଛି। ଏହାର ପ୍ରତିବାଦରେ ବ୍ରଜରାଜନଗର ୟୁଥ୍‌ ତରଫରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଗୁରୁବାର ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଦିନିକିଆ ଗଣଧାରଣା ଦିଆଯାଇଛି। ଖବରପାଇ ତହସିଲଦାର କୁଳମଣୀ ରଣବିଡା, ଏସ୍‌ଡିପିଓ ଗୁପ୍ତେଶର ଭୋଇ, ଆଇଆଇସି ବୈକୁଣ୍ଠ ବିହାରୀ ସେଠ ଓ ଏନ୍‌ଏଚ୍‌ଏଆଇ ଅଧିକାରୀ ନିତିନ ଗୁପ୍ତା ପ୍ରମୁଖ ଅଧିକାରୀମାନେ ପହଁଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରି ପୁଣି ସମୟ ମାଗିଥିଲେ। ହେଲେ ଏହାକୁ ଆନ୍ଦୋଳନକାରୀମାନେ ସିଧାସଳଖ ପ୍ରତ୍ୟାଖ୍ୟାନ କରିଥିଲେ । ଏହି ଆନ୍ଦୋଳନ ଦିନିକିଆ ହୋଇଥିବାବଳେ ଆଗାମୀ ଦିନରେ ଏହାକୁ ବ୍ୟାପକ କରାଯିବ ବୋଲି ୟୁଥ ସଂଗଠନ ଚେତାବନୀ ଦେଇଛି। ଏହି ଦିନିକିଆ ଗଣଧାରଣାରେ ୟୁଥ ସଂଗଠନର କର୍ମକର୍ତ୍ତାମାନଙ୍କ ମଧ୍ୟରେ ରବି ସୋନୀ, ତପନ ସ୍ବାଇଁ, ଜିତେନ୍ଦ୍ର ପଟ୍ଟନାୟକ, ଜୀବନ ସାର୍ଥକ, ସୁବ୍ରତ ଦାଶ, ନବୀନ ସିଂହ, ରାଧେଶ୍ୟାମ ପ୍ରଧାନ, ବସନ୍ତ ରାଉତ ପ୍ରମୁଖ ଊପସ୍ଥିତ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri