ଗାନ୍ଧୀଛକ ନୂଆଡିହି ଟୋଲ୍‌ ଗେଟ୍‌ ଉଚ୍ଛେଦ ଦାବିରେ ଗଣଧାରଣା

ଝାରସୁଗୁଡା ଅଫିସ,୩।୩: ଝାରସୁଗୁଡ଼ାରୁ ବେଲପାହାଡକୁ ସଂଯୋଗ କରୁଥିବା ୪୯ନଂ ଜାତୀୟ ରାଜପଥର ଗାନ୍ଧୀଛକ ନୂଆଡିହି ନିକଟରେ ବେଆଇନ ଭାବେ ସ୍ଥାପିତ ହୋଇଥିବା ଟୋଲ ଗେଟ୍‌କୁ ସ୍ଥାନୀୟ ବାସିନ୍ଦା ପ୍ରଥମରୁ ବିରୋଧ କରିଆସୁଛନ୍ତି । ୨ବର୍ଷ ମଧ୍ୟରେ ଏହି ଟୋଲ ଗେଟ୍‌କୁ ଏଠାରୁ ଉଚ୍ଛେଦ କରାଯିବ ବୋଲି ଏନ୍‌ଏଚ୍‌ଏଆଇ ସ୍ଥାନୀୟ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲା। ଏନ୍‌ଏଚ୍‌ଏଆଇର ପ୍ରତିଶ୍ରୁତି ପାଣିର ଗାର ସଦୃଶ ହୋଇଛି। ଏହାର ପ୍ରତିବାଦରେ ବ୍ରଜରାଜନଗର ୟୁଥ୍‌ ତରଫରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଗୁରୁବାର ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଦିନିକିଆ ଗଣଧାରଣା ଦିଆଯାଇଛି। ଖବରପାଇ ତହସିଲଦାର କୁଳମଣୀ ରଣବିଡା, ଏସ୍‌ଡିପିଓ ଗୁପ୍ତେଶର ଭୋଇ, ଆଇଆଇସି ବୈକୁଣ୍ଠ ବିହାରୀ ସେଠ ଓ ଏନ୍‌ଏଚ୍‌ଏଆଇ ଅଧିକାରୀ ନିତିନ ଗୁପ୍ତା ପ୍ରମୁଖ ଅଧିକାରୀମାନେ ପହଁଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରି ପୁଣି ସମୟ ମାଗିଥିଲେ। ହେଲେ ଏହାକୁ ଆନ୍ଦୋଳନକାରୀମାନେ ସିଧାସଳଖ ପ୍ରତ୍ୟାଖ୍ୟାନ କରିଥିଲେ । ଏହି ଆନ୍ଦୋଳନ ଦିନିକିଆ ହୋଇଥିବାବଳେ ଆଗାମୀ ଦିନରେ ଏହାକୁ ବ୍ୟାପକ କରାଯିବ ବୋଲି ୟୁଥ ସଂଗଠନ ଚେତାବନୀ ଦେଇଛି। ଏହି ଦିନିକିଆ ଗଣଧାରଣାରେ ୟୁଥ ସଂଗଠନର କର୍ମକର୍ତ୍ତାମାନଙ୍କ ମଧ୍ୟରେ ରବି ସୋନୀ, ତପନ ସ୍ବାଇଁ, ଜିତେନ୍ଦ୍ର ପଟ୍ଟନାୟକ, ଜୀବନ ସାର୍ଥକ, ସୁବ୍ରତ ଦାଶ, ନବୀନ ସିଂହ, ରାଧେଶ୍ୟାମ ପ୍ରଧାନ, ବସନ୍ତ ରାଉତ ପ୍ରମୁଖ ଊପସ୍ଥିତ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri