ଯୌନ ଶୋଷଣ ଅଭିଯୋଗ ମାମଲା: ଝରିଗାଁ ବିଧାୟକଙ୍କୁ ଗିରଫ ଦାବି ତେଜୁଛି

ଉମରକୋଟ,୯ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି। ରବିବାର ଜିଲା କଂଗ୍ରେସ ପକ୍ଷରୁ ବିଧାୟକଙ୍କ ନିଜ ନିର୍ବାଚନମଣ୍ଡଳୀ ତଥା ଉମରକୋଟ ବ୍ଲକ ସିଂଶାରୀ ପୋଲିସ ଫାଣ୍ଡି ଘେରାଉ କରାଯାଇଛି। ଏଠାରେ ଦଳୀୟ କର୍ମୀମାନେ ବିଧାୟକଙ୍କ କୁଶପୁତ୍ତଳିକା ଦାହ କରିବା ସହ ଫାଣ୍ଡି ପରିସରକୁ ଧସେଇ ପଶିଥିଲେ। ଏହି ସମୟରେ କଂଗ୍ରେସ କର୍ମୀ ଏବଂ ପୋଲିସ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।
ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ଶୋଭାଯାତ୍ରାରେ ଯାଇ ଥାନା ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିଧାୟକଙ୍କ କୁଶପୁତ୍ତଳିକା ଦାହ କରି ଦଳୀୟ ନେତୃବୃନ୍ଦ ଏବଂ କର୍ମୀମାନେ ଶୋକ ପାଳନ କରିଥିଲେ। ଏହି ସମୟରେ ପୋଲିସ ସହ ଧସ୍ତାଧସ୍ତି ହେଇଥିଲା। ବିଧାୟକଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଫାଣ୍ଡି ଅଧିକାରୀ କୁବେର ଦିଗାଲଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ବିଧାୟକଙ୍କୁ ଗିରଫ କରାଯିବା ସହ ଅଭିଯୋଗକାରିଣୀଙ୍କୁ ନ୍ୟାୟ ମିଳିବା ପର୍ଯ୍ୟନ୍ତ ଦଳ ପକ୍ଷରୁ ବିଭିନ୍ନ ଥାନା ଘେରାଉ ଜାରି ରହିବ। ଆଗାମୀ ଦିନରେ ଏସ୍‌ପି ଅଫିସ ମଧ୍ୟ ଘେରାଉ କରି ସମଗ୍ର ଜିଲାକୁ ବନ୍ଦ କରି ଦିଆଯିବ ବୋଲି କଂଗ୍ରେସ ନେତୃବୃନ୍ଦ ଚେତାବନୀ ଦେଇଛନ୍ତି।
ଥାନା ଘେରାଉବେଳେ ପୂର୍ବତନ ବିଧାୟକ ଭୁଜବଳ ମାଝି, ଉଲଧର ମାଝି, ଏସ୍‌. ବିଜୟ, କୃଷ୍ଣ ମାଝି, ନାରୀ ନେତ୍ରୀ ହାରାବତି ଗଣ୍ଡ, ସୁରେନ୍ଦ୍ର ନାୟକ, ଉସ୍ମାନ ଲାଠିଆ, ଅମୂଲ୍ୟ ପଟ୍ଟନାୟକ, ପର୍ଶୁ ନାୟକ, ଦିବାକର ପୂଜାରୀ, ପୂର୍ବତନ ଜିଲା ପରିଷଦ ସଦସ୍ୟ କପୁରଚାନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri