ବିଏମ୍‌ସି କମିଶନରଙ୍କ ଗିରଫ ଦାବି ତେଜିଲା

ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ସ୍ମାର୍ଟସିଟିର ମୁକୁଳା ଡ୍ରେନ୍‌ରେ ଭାସିଯାଇ ଦଶମ ଶ୍ରେଣୀର ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତ୍ୟୁ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)କୁ ଦାୟୀ କରିଛି ଭାଜପା। ରବିବାର ବିଏମ୍‌ସି କମିଶନରଙ୍କ ନାଁରେ ଖଣ୍ଡଗିରି ଥାନାରେ ଏତଲା ଦିଆଯାଇଥିବାବେଳେ ସୋମବାର ତାଙ୍କ ଗିରଫ ସହ ମୃତ ଛାତ୍ରଙ୍କୁ ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଛି ଭୁବନେଶ୍ୱର ସାଙ୍ଗଠନିକ ଜିଲା ଭାଜପା ଓ ମହିଳା ମୋର୍ଚ୍ଚା। ଜିଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ବିଏମ୍‌ସି ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ଧାରଣା ଦିଆଯାଇଥିଲା। ବିଏମ୍‌ସି ଅଫିସ ଭିତରକୁ ଧସେଇ ପଶିବାକୁ ଉଦ୍ୟମବେଳେ ପୋଲିସ ସହ ଭାଜପା ନେତା ଓ କାର୍ଯ୍ୟକର୍ତ୍ତାଙ୍କ ଧସ୍ତାଧସ୍ତି ହୋଇଥିଲା। ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ କେତେଜଣଙ୍କୁ ଗିରଫ କରିଥିଲା।
ଜିଲା ସଭାପତି ସିଂ କହିଛନ୍ତି, ବିଏମ୍‌ସିର ଅବହେଳା ପାଇଁ ଜଣେ ନାବାଳକର ଜୀବନ ଯାଇଥିବାରୁ ନରହନ୍ତା ଅଧିକାରୀଙ୍କୁ ତୁରନ୍ତ ଗିରଫ ସହ ମୃତକଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯାଉ। କୌଣସି ପରିସ୍ଥିତିରେ ଡ୍ରେନ୍‌ ମୁକୁଳା ରହିପାରିବ ନାହିଁ ଓ ସମସ୍ତ ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଇବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ରାଜଧାନୀରେ ବିଏମ୍‌ସି ଏହି ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରିଚାଲିଛି। ଅପରପକ୍ଷେ ଏଭଳି ଘଟଣା ସାରା ରାଜ୍ୟକୁ ସ୍ତବ୍ଧ କରି ଦେଇଥିବାବେଳେ ଦୀର୍ଘ ୧୦ବର୍ଷ କାଳ ଭୁବନେଶ୍ୱର ମେୟର ହୋଇଥିବା ବିଧାୟକ ଅନନ୍ତ ନାରାୟଣ ଜେନା ଏହାକୁ ଦୈବି ଦୁର୍ବିପାକ କହିବା ନିହାତି ପକ୍ଷେ ହାସ୍ୟାସ୍ପଦ ବୋଲି ସେ କହିଛନ୍ତି। ବିକ୍ଷୋଭରେ ରାଜ୍ୟ ମହିଳା ମୋର୍ଚ୍ଚା ଉପସଭାପତି କସ୍ତୁରୀ ମିଶ୍ର, ରାଜ୍ୟ ମହିଳା ମୋର୍ଚ୍ଚାର ଇରାନୀ ରାୟ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri