କୃଷି ବିଲ୍‌ ପ୍ରତ୍ୟାହାର ପାଇଁ ପୂର୍ବ-ପଶ୍ଚିମରୁ ଆସିଲା ଦାବି

ଭୁବନେଶ୍ୱର, ୩।୩ (ବ୍ୟୁରୋ): ନୂଆ କୃଷି ଆଇନକୁ ଦେଶବ୍ୟାପୀ ତୀବ୍ର ବିରୋଧ କରାଯାଉଛି। ଏହାକୁ ପ୍ରତ୍ୟାହାର ପାଇଁ ଓଡ଼ିଶାରେ ମଧ୍ୟ ଆନ୍ଦୋଳନ ଜାରି ରହିଛି। କୃଷି ଓ କୃଷକଙ୍କ ପାଇଁ ଅଣ୍ଟା ଭିଡିଥିବା ଅଖିଳ ଭାରତୀୟ କୃଷକ ସଂଘର୍ଷ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା କୃଷକ ସଙ୍ଗଠନ ସମନ୍ବୟ ସମିତି ଅଭିନବ ପ୍ରତିବାଦ କରିଛି। ପୂର୍ବ ଓ ପଶ୍ଚିମରୁ ବାଇକ୍‌ ରାଲିର ଆୟୋଜନ କରି ଦାବି ରଖିଛି ଦୁଇ ସମିତି। ମଙ୍ଗଳବାର ଭୁବନେଶ୍ୱରଠାରେ ବିଶାଳ ବାଇକ୍‌ ରାଲି ଓ ପ୍ରତିବାଦ ସଭାର ଆୟୋଜନ କରାଯାଇଥିଲା। ଏକ ବାଇକ ଶୋଭାଯାତ୍ରା କଟକ-ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ବାଇପାସ୍‌ ଛକଠାରୁ ବାହାରି ରସୁଲଗଡ, ବାଣୀବିହାର ଛକଦେଇ ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି ପହଞ୍ଚତ୍ଥିଲା। ପୂର୍ବରୁ ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତି ନେତୃତ୍ୱରେ ବରଗଡଠାରୁ ଗତ ଫେବୃୟାରୀ ୨୮ରେ ବାହାରିଥିବା ଉଲ୍‌ ଗୁଲାନ୍‌ ଯାତ୍ରା ଭୁବନେଶ୍ୱରରେ ଏହି ଶୋଭାଯାତ୍ରା ସହ ସାମିଲ ହୋଇଥିଲା। ଏହି ଅବସରରେ ଏକ ୩ଜଣିଆ ପ୍ରତିନିଧି ଦଳ ୬ଦଫା ଦାବି ସମ୍ବଳିତ ସ୍ମାରକପତ୍ର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ମୋଦି ସରକାର ପ୍ରଣୟନ କରିଥିବା ୩ କୃଷକ ବିରୋଧୀ କୃଷି ଆଇନ କର୍ପୋରେଟଙ୍କ ସ୍ବାର୍ଥରେ ଅଣାଯାଇଛି। ତେଣୁ ଏହି ଆଇନଗୁଡିକୁ ତୁରନ୍ତ ପ୍ରତ୍ୟାହାର କରିବା, ସମସ୍ତ କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ ନିମନ୍ତେ ସ୍ବାମୀନାଥ କମିଶନ ସୁପାରିଶ ଅନୁସାରେ ଏମ୍‌ଏସ୍‌ପି ପ୍ରଦାନ କରିବା ନିମନ୍ତେ ଆଇନ ପ୍ରଣୟନ କରିବା, ପ୍ରତି ଧାନ କୁଇଣ୍ଟାଲରେ ୧୦୦୦ଟଙ୍କା ବୋନସ୍‌ ପ୍ରଦାନ କରିବା ଆଦି ଦାବି କରାଯାଇଛି।
ସମିତି ପକ୍ଷରୁ ସୁରେଶ ପାଣିଗ୍ରାହୀଙ୍କ ସଂଯୋଜନାରେ ବିଧାନସଭା ସମ୍ମୁଖରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବହୁ ନେତୃବୃନ୍ଦ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ ବିରୋଧୀ ନୀତିକୁ ତୀବ୍ର ସମାଲୋଚନା କରିଥିଲେ। ଏଥିସହ ଆସନ୍ତା ୨୩ ତାରିଖରେ ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ କୃଷକ ଅଧିକାର ସମାବେଶ ଅନୁଷ୍ଠିତ ହେବ। ଏହାପୂର୍ବରୁ ରାଜ୍ୟବ୍ୟାପି କିଷାନ୍‌ ଅଧିକାର ଯାତ୍ରା ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମରେ ମହିଳା ନେତ୍ରୀ ପ୍ରମୋଦିନୀ ସାହୁ, ପ୍ରମିଳା ବେହେରା, ଶ୍ରମିକ ନେତା ରାମକୃଷ୍ଣ ପଣ୍ଡା, ସୁର ଜେନା, ପ୍ରଭାତ ପାଣିଗ୍ରାହୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri