Posted inଭଦ୍ରକ

ହନିଫ୍‌ ମାର୍ଗର ପୁନରୁଦ୍ଧାର ଦାବି

ଭଦ୍ରକ ଅଫିସ,୧୨।୫: ଭଦ୍ରକ ପୌରାଞ୍ଚଳ ଅଧୀନ ମୋଚି ଛକଠାରୁ ପୁରୁଣାବଜାର ପର୍ଯ୍ୟନ୍ତ ଯାଇଥିବା ଗୁରୁତ୍ୱପୂର୍ଣ୍ଣ ରାସ୍ତା(ହନିଫ୍‌ ମାର୍ଗ)ର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଉପରେ ପ୍ରତ୍ୟେହ ପୁରୁଣାବଜାର ଅଞ୍ଚଳର ୧୨ରୁ ଊର୍ଦ୍ଧ୍ୱ ୱାଡର୍ର୍ ଓ ଭଦ୍ରକ ବ୍ଲକର କେତେକ ଅଞ୍ଚଳର ବାସିନ୍ଦା ପ୍ରାୟ ୩୦ ହଜାର ଲୋକ ଯାତାୟାତ କରିଥାନ୍ତି। ଅଣ ଓସାରିଆ ହୋଇଥିବାରୁ ଉକ୍ତରାସ୍ତା ଉପରେ ସାମାନ୍ୟ ବର୍ଷାରେ ପାଣି ଜମି ନିକଟବର୍ତ୍ତୀ ବହୁ ଲୋକଙ୍କ ଘରେ ପ୍ରବେଶ କରୁଛି। ୨ମାସ ପୂର୍ବେ ସନ୍ଥିଆ ପୋଲଠାରୁ ପୁରୁଣାବଜାର ଛକ ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ହାତକୁ ନିଆଯାଇଥିଲା। ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଥିବା ବେଳେ କିଛି ଦିନ ପୂର୍ବେ ରାତି ଅଧରେ କାର୍ଯ୍ୟ ଚାଲିଥିବା ସମୟରେ ସ୍ଥାନୀୟ ବାସିନ୍ଦା ଏହାକୁ ବନ୍ଦ କରିଥିଲେ। ଏହାର ବିଧିବଦ୍ଧ ତଦନ୍ତ କରି ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ୧୦ଟି ୱାର୍ଡର କାଉନସିଲର ଦାବି କରିଛନ୍ତି। ତେଣୁ ଉକ୍ତ ରାସ୍ତାର ମରାମତି ନ କରି ଉକ୍ତ ରାସ୍ତାର ସମ୍ପୂର୍ଣ୍ଣ ପୁନରୁଦ୍ଧାର ପାଇଁ ସେମାନେ ଦାବି କରିଛନ୍ତି। ଆଗାମୀ ୭ଦିନ ମଧ୍ୟରେ ଉକ୍ତ ରାସ୍ତାର ନିର୍ମାଣ କାର୍ଯ୍ୟ ଆରମ୍ଭ ନ ହେଲେ ସନ୍ଥିଆ ପୋଲଠାରେ ହନିଫ ମାର୍ଗକୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଅବରୋଧ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ପାରିଷଦ ସେକ୍‌ ସାହିଲ ଅଲରସିଦ, ଜାହିଦ ସାହା, ସେକ ଜାହିରୁଦ୍ଦିନ, ରୁକସାନା ଖାତୁନ, ଯମୁନା ସୋରେନ, ହେମନ୍ତ ସାହୁ, ଫରିୟାଜ ଖାନ, ସାହେଜାଦା ଦୂରେ ଇ-ଜିନା, ନବ ନିର୍ମାଣ ଯୁବ ଛାତ୍ର ସଙ୍ଗଠନର ସଭାପତି ଜାହିର ଖାନ, ଏନାମୁଲ ହକ୍‌ ପ୍ରମୁଖ ପୂର୍ତ ଗୃହ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ଜରିଆରେ ଚେତାବନୀ ଦେବା ସହ ଏହି ଦାବିପତ୍ରର ନକଲ ଭଦ୍ରକ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି।…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri