Posted inଭଦ୍ରକ

ହନିଫ୍‌ ମାର୍ଗର ପୁନରୁଦ୍ଧାର ଦାବି

ଭଦ୍ରକ ଅଫିସ,୧୨।୫: ଭଦ୍ରକ ପୌରାଞ୍ଚଳ ଅଧୀନ ମୋଚି ଛକଠାରୁ ପୁରୁଣାବଜାର ପର୍ଯ୍ୟନ୍ତ ଯାଇଥିବା ଗୁରୁତ୍ୱପୂର୍ଣ୍ଣ ରାସ୍ତା(ହନିଫ୍‌ ମାର୍ଗ)ର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଉପରେ ପ୍ରତ୍ୟେହ ପୁରୁଣାବଜାର ଅଞ୍ଚଳର ୧୨ରୁ ଊର୍ଦ୍ଧ୍ୱ ୱାଡର୍ର୍ ଓ ଭଦ୍ରକ ବ୍ଲକର କେତେକ ଅଞ୍ଚଳର ବାସିନ୍ଦା ପ୍ରାୟ ୩୦ ହଜାର ଲୋକ ଯାତାୟାତ କରିଥାନ୍ତି। ଅଣ ଓସାରିଆ ହୋଇଥିବାରୁ ଉକ୍ତରାସ୍ତା ଉପରେ ସାମାନ୍ୟ ବର୍ଷାରେ ପାଣି ଜମି ନିକଟବର୍ତ୍ତୀ ବହୁ ଲୋକଙ୍କ ଘରେ ପ୍ରବେଶ କରୁଛି। ୨ମାସ ପୂର୍ବେ ସନ୍ଥିଆ ପୋଲଠାରୁ ପୁରୁଣାବଜାର ଛକ ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ହାତକୁ ନିଆଯାଇଥିଲା। ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଥିବା ବେଳେ କିଛି ଦିନ ପୂର୍ବେ ରାତି ଅଧରେ କାର୍ଯ୍ୟ ଚାଲିଥିବା ସମୟରେ ସ୍ଥାନୀୟ ବାସିନ୍ଦା ଏହାକୁ ବନ୍ଦ କରିଥିଲେ। ଏହାର ବିଧିବଦ୍ଧ ତଦନ୍ତ କରି ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ୧୦ଟି ୱାର୍ଡର କାଉନସିଲର ଦାବି କରିଛନ୍ତି। ତେଣୁ ଉକ୍ତ ରାସ୍ତାର ମରାମତି ନ କରି ଉକ୍ତ ରାସ୍ତାର ସମ୍ପୂର୍ଣ୍ଣ ପୁନରୁଦ୍ଧାର ପାଇଁ ସେମାନେ ଦାବି କରିଛନ୍ତି। ଆଗାମୀ ୭ଦିନ ମଧ୍ୟରେ ଉକ୍ତ ରାସ୍ତାର ନିର୍ମାଣ କାର୍ଯ୍ୟ ଆରମ୍ଭ ନ ହେଲେ ସନ୍ଥିଆ ପୋଲଠାରେ ହନିଫ ମାର୍ଗକୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଅବରୋଧ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ପାରିଷଦ ସେକ୍‌ ସାହିଲ ଅଲରସିଦ, ଜାହିଦ ସାହା, ସେକ ଜାହିରୁଦ୍ଦିନ, ରୁକସାନା ଖାତୁନ, ଯମୁନା ସୋରେନ, ହେମନ୍ତ ସାହୁ, ଫରିୟାଜ ଖାନ, ସାହେଜାଦା ଦୂରେ ଇ-ଜିନା, ନବ ନିର୍ମାଣ ଯୁବ ଛାତ୍ର ସଙ୍ଗଠନର ସଭାପତି ଜାହିର ଖାନ, ଏନାମୁଲ ହକ୍‌ ପ୍ରମୁଖ ପୂର୍ତ ଗୃହ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ଜରିଆରେ ଚେତାବନୀ ଦେବା ସହ ଏହି ଦାବିପତ୍ରର ନକଲ ଭଦ୍ରକ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

ପୋତିହେଲାଣି ଚୁଡ଼ାମଣି ଘାଟ ମୁହାଣ

ବାସୁଦେବପୁର,୧୧ା୪(ନାରାୟଣ ପ୍ରସାଦ ବାରିକ୍‌)ଚୁଡ଼ାମଣୀ ଘାଟ ପୋଲଠାରୁ ବଙ୍ଗୋପସାଗର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୩ କି.ମି.ରୁ ଊର୍ଦ୍ଧ୍ୱ ଅଙ୍କାବଙ୍କା ଗମେଈ ନଦୀ ପୋତି ହୋଇ ପଡ଼ିଲାଣି। ଫଳରେ...

ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର...

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ

ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri