ଭୂତଳ ପୋଲ ନିର୍ମାଣ ଦାବି ତେଜୁଛି: ଜାତୀୟ ରାଜପଥ ୪୯ରେ ଭୂତଳ ପୋଲ ନିର୍ମାଣ ପାଇଁ ବୈଠକ

 

ଦେବଗଡ଼, ୧୧।୧୨(ଡି.ଏନ.ଏ.)
ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ କଣ୍ଢଳ ଗ୍ରାମଦେଇ ଯାଇଥିବା ମୁମ୍ବାଇ-କୋଲକାତା ସଂଯୋଗକାରୀ ୪୯ ନମ୍ବର ଜାତୀୟ ରାଜପଥ ଫୋର୍‌ଲେନ୍‌ କାର୍ଯ୍ୟ ଚାଲିଛି। କଣ୍ଢଳଠାରେ ଏକ ଅଣ୍ଡର ପାସ୍‌ (ଭୂତଳ ରାସ୍ତା)ନିର୍ମାଣ ଦାବି କରି ଅଞ୍ଚଳବାସୀ ଦୀର୍ଘଦିନ ହେଲା ନିର୍ମାଣ କାର୍ଯ୍ୟକୁ ବନ୍ଦ କରିଛନ୍ତି ା ହେଲେ ବିଭାଗୀୟ କର୍ତ୍ତୃପକ୍ଷ ସେମାନଙ୍କ ଦାବି ପ୍ରତି କର୍ଣ୍ଣପାତ କରୁ ନାହାନ୍ତି। ମଙ୍ଗଳବାର ସ୍ଥାନୀୟ ସରପଞ୍ଚ ବିରଞ୍ଚି ବେହେରାଙ୍କ ଆବାହକତ୍ୱରେ କଣ୍ଢଳ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଏ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ ଯୋଗଦେଇଥିଲେ ା କଣ୍ଢଳ ଗ୍ରାମର ଜନସଂଖ୍ୟା ପ୍ରାୟ ୪୨ଶହ ହୋଇଥିବା ବେଳେ ଜାତୀୟ ରାଜପଥର ଗୋଟିଏ ପାର୍ଶ୍ୱରେ ୨୭ଶହ ଲୋକ ବସବାସ କରିବା ସହ ସେଣ୍ଟ୍ରାଲ ବ୍ୟାଙ୍କ, ଅପର ପାର୍ଶ୍ୱରେ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ, ସେବା ସମବାୟ ସମିତି କାର୍ଯ୍ୟାଳୟ, ମିନି ବ୍ୟାଙ୍କ, ୪/୫ଟି ସ୍କୁଲ ଓ କଲେଜ ଆଦି ଥିବା ଦର୍ଶାଇଥିଲେ ା ଉପରୋକ୍ତ ଶିକ୍ଷାନୁଷ୍ଠାନଗୁଡିକ ଉପରେ ୧୫ରୁ ଊର୍ଦ୍ଧ୍ୱ ଗ୍ରାମର ୨୦ ହଜାର ଲୋକ ନିର୍ଭର କରୁଥିବାରୁ ଉଭୟ ପାର୍ଶ୍ୱରୁ ସୁବିଧାରେ ଯାତାୟାତ ନିମନ୍ତେ ଗ୍ରାମର ମଧ୍ୟସ୍ଥଳୀରେ ୪୯ ନମ୍ବର ଜାତୀୟ ରାଜପଥରେ ଏକ ଅଣ୍ଡର ପାସ୍‌ର ଜରୁରୀ ଆବଶ୍ୟକତା ରହିଥିବା ଦର୍ଶାଇଥିଲେ ା ଅଭିଯୋଗ ଶୁଣିବାପରେ ଏମ୍‌ପି ଗଙ୍ଗଦେବ ଏ ସମ୍ପର୍କରେ ଏନ୍‌ଏଚ୍‌ଏଆଇ ପ୍ରକଳ୍ପ ନିର୍ଦ୍ଦେଶକ ଓ ଚିଫ୍‌ ଜେନେରାଲ ମ୍ୟାନେଜରଙ୍କ ସହ ଫୋନ ଯୋଗେ ଆଲୋଚନା କରି ତୁରନ୍ତ ଅଞ୍ଚଳବାସୀଙ୍କ ଦାବି ପୂରଣ ନିମନ୍ତେ ଜଣାଇଥିଲେ। ଦରକାର ପଡିଲେ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ସହ ଆଲୋଚନା କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ଉକ୍ତ ବୈଠକରେ ଜିଲା ପରିଷଦ ଉପାଧ୍ୟକ୍ଷ ଜୟକୃଷ୍ଣ ପ୍ରଧାନ, ଜିଲା ଭାଜପା ସଭାପତି ମୀନକେତନ ପ୍ରଧାନ, ଏମ୍‌ପିଙ୍କ ପ୍ରତିନିଧି ଯୋଗେଶ ଚନ୍ଦ୍ର ପ୍ରଧାନ, ପୂର୍ବତନ ଜିଲା ଭାଜପା ସଭାପତି ଅରୁଣ କୁମାର ସାହୁ, ପୂର୍ବତନ ସରପଞ୍ଚ ପ୍ରସନ୍ନ କୁମାର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri