ଭୂତଳ ପୋଲ ନିର୍ମାଣ ଦାବି ତେଜୁଛି: ଜାତୀୟ ରାଜପଥ ୪୯ରେ ଭୂତଳ ପୋଲ ନିର୍ମାଣ ପାଇଁ ବୈଠକ

 

ଦେବଗଡ଼, ୧୧।୧୨(ଡି.ଏନ.ଏ.)
ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ କଣ୍ଢଳ ଗ୍ରାମଦେଇ ଯାଇଥିବା ମୁମ୍ବାଇ-କୋଲକାତା ସଂଯୋଗକାରୀ ୪୯ ନମ୍ବର ଜାତୀୟ ରାଜପଥ ଫୋର୍‌ଲେନ୍‌ କାର୍ଯ୍ୟ ଚାଲିଛି। କଣ୍ଢଳଠାରେ ଏକ ଅଣ୍ଡର ପାସ୍‌ (ଭୂତଳ ରାସ୍ତା)ନିର୍ମାଣ ଦାବି କରି ଅଞ୍ଚଳବାସୀ ଦୀର୍ଘଦିନ ହେଲା ନିର୍ମାଣ କାର୍ଯ୍ୟକୁ ବନ୍ଦ କରିଛନ୍ତି ା ହେଲେ ବିଭାଗୀୟ କର୍ତ୍ତୃପକ୍ଷ ସେମାନଙ୍କ ଦାବି ପ୍ରତି କର୍ଣ୍ଣପାତ କରୁ ନାହାନ୍ତି। ମଙ୍ଗଳବାର ସ୍ଥାନୀୟ ସରପଞ୍ଚ ବିରଞ୍ଚି ବେହେରାଙ୍କ ଆବାହକତ୍ୱରେ କଣ୍ଢଳ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଏ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ ଯୋଗଦେଇଥିଲେ ା କଣ୍ଢଳ ଗ୍ରାମର ଜନସଂଖ୍ୟା ପ୍ରାୟ ୪୨ଶହ ହୋଇଥିବା ବେଳେ ଜାତୀୟ ରାଜପଥର ଗୋଟିଏ ପାର୍ଶ୍ୱରେ ୨୭ଶହ ଲୋକ ବସବାସ କରିବା ସହ ସେଣ୍ଟ୍ରାଲ ବ୍ୟାଙ୍କ, ଅପର ପାର୍ଶ୍ୱରେ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ, ସେବା ସମବାୟ ସମିତି କାର୍ଯ୍ୟାଳୟ, ମିନି ବ୍ୟାଙ୍କ, ୪/୫ଟି ସ୍କୁଲ ଓ କଲେଜ ଆଦି ଥିବା ଦର୍ଶାଇଥିଲେ ା ଉପରୋକ୍ତ ଶିକ୍ଷାନୁଷ୍ଠାନଗୁଡିକ ଉପରେ ୧୫ରୁ ଊର୍ଦ୍ଧ୍ୱ ଗ୍ରାମର ୨୦ ହଜାର ଲୋକ ନିର୍ଭର କରୁଥିବାରୁ ଉଭୟ ପାର୍ଶ୍ୱରୁ ସୁବିଧାରେ ଯାତାୟାତ ନିମନ୍ତେ ଗ୍ରାମର ମଧ୍ୟସ୍ଥଳୀରେ ୪୯ ନମ୍ବର ଜାତୀୟ ରାଜପଥରେ ଏକ ଅଣ୍ଡର ପାସ୍‌ର ଜରୁରୀ ଆବଶ୍ୟକତା ରହିଥିବା ଦର୍ଶାଇଥିଲେ ା ଅଭିଯୋଗ ଶୁଣିବାପରେ ଏମ୍‌ପି ଗଙ୍ଗଦେବ ଏ ସମ୍ପର୍କରେ ଏନ୍‌ଏଚ୍‌ଏଆଇ ପ୍ରକଳ୍ପ ନିର୍ଦ୍ଦେଶକ ଓ ଚିଫ୍‌ ଜେନେରାଲ ମ୍ୟାନେଜରଙ୍କ ସହ ଫୋନ ଯୋଗେ ଆଲୋଚନା କରି ତୁରନ୍ତ ଅଞ୍ଚଳବାସୀଙ୍କ ଦାବି ପୂରଣ ନିମନ୍ତେ ଜଣାଇଥିଲେ। ଦରକାର ପଡିଲେ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କ ସହ ଆଲୋଚନା କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ଉକ୍ତ ବୈଠକରେ ଜିଲା ପରିଷଦ ଉପାଧ୍ୟକ୍ଷ ଜୟକୃଷ୍ଣ ପ୍ରଧାନ, ଜିଲା ଭାଜପା ସଭାପତି ମୀନକେତନ ପ୍ରଧାନ, ଏମ୍‌ପିଙ୍କ ପ୍ରତିନିଧି ଯୋଗେଶ ଚନ୍ଦ୍ର ପ୍ରଧାନ, ପୂର୍ବତନ ଜିଲା ଭାଜପା ସଭାପତି ଅରୁଣ କୁମାର ସାହୁ, ପୂର୍ବତନ ସରପଞ୍ଚ ପ୍ରସନ୍ନ କୁମାର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri