ଓଡ଼ିଶା ପାଇକ ରେଜିମେଣ୍ଟ ଗଠନ ଦାବି

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଦେଶର ସୁରକ୍ଷା କ୍ଷେତ୍ରରେ ପଞ୍ଜାବ ରେଜିମେଣ୍ଟ, ଗୁର୍ଖା ରେଜିମେଣ୍ଟ, ଆସାମ ରେଜିମେଣ୍ଟ ଆଦି ଗଠନ ହୋଇଛି। ହେଲେ ପ୍ରଥମ ସ୍ବାଧୀନତା ସଂଗ୍ରାମ ପାଇକ ବିଦ୍ରୋହ ନାମରେ ଓଡ଼ିଶା ପାଇକ ରେଜିମେଣ୍ଟ ଗଠନ ନ ହେବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ ବୋଲି ଓଡ଼ିଶା ପାଇକ ଏକାଡ଼େମୀ ପକ୍ଷରୁ କୁହାଯାଇଛି। ଏକାଡେମୀ ସଭାପତି ଡ. ଦିଲୀପ ଶ୍ରୀଚନ୍ଦନ କହିଛନ୍ତି, ଓଡ଼ିଶାରେ ପାଇକ ରେଜିମେଣ୍ଟ ଗଠନ ହେଲେ ଓଡ଼ିଶାର ହଜାର ହଜାର ଯୁବକ କର୍ମନିଯୁକ୍ତି ପାଇବା ସହ ଦେଶ ମାତୃକାର ସେବା ପାଇଁ ନିଜକୁ ଉତ୍ସର୍ଗ କରିପାରିବେ। ତେଣୁ ଏବେଠାରୁ ଏଥିପାଇଁ ସଂଗ୍ରାମ ଅଭିଯାନ ଆରମ୍ଭ ହେଉଛି। ଆସନ୍ତା ମାର୍ଚ୍ଚ ୨୯ରେ ଭୁବନେଶ୍ୱରର ରାଜରାସ୍ତାରେ ୧ଲକ୍ଷ ପାଇକଙ୍କ ଜନଗର୍ଜନ ଶୋଭାଯାତ୍ରା ଅନୁଷ୍ଠିତ ହେବା ସହ ଜନତା ମଇଦାନରେ ଏକ ପ୍ରତିବାଦ ସଭା ଆୟୋଜନ କରାଯିବ। ଏକାଡ଼େମୀ ପକ୍ଷରୁ ପାଇକ ବିଦ୍ରୋହର କର୍ଣ୍ଣଧାର ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧୋତ୍ସବ ପାଳନ ଅବସରରେ ସେ ଏହା କହିବା ସହ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଓ ରାଷ୍ଟ୍ରପତି ଶିଳାନ୍ୟାସ କରିଥିବା ସ୍ଥାନକୁ ହସ୍ତାନ୍ତର କରିବା ପାଇଁ ଦାବି କରାଯାଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଓଡ଼ିଶାର କୋଣ ଅନୁକୋଣରେ ବିଭିନ୍ନ ପର୍ଯ୍ୟାୟରେ ଆନ୍ଦୋଳନ ଜାରି ରହିବ ବୋଲି ଡ. ଶ୍ରୀଚନ୍ଦନ କହିଛନ୍ତି। ଏହି ଅବସରରେ ଏକ ସଭା, ପାଇକ ଆଖଡ଼ା ସହ ଶୋଭାଯାତ୍ରା, ଶପଥ ଉତ୍ସବ ଓ ସଂଗ୍ରାମ ଅଭିଯାନ ଆୟୋଜିତ ହୋଇଥିଲା। ଓଡ଼ିଶା ବୀର ମହାସଂଘ ସଭାପତି ତଥା ପାଇକ ସର୍ଦ୍ଦାର ଡ. ପ୍ରକାଶ ଶ୍ରୀଚନ୍ଦନ, ନିୟୁ ଥିଙ୍କିଙ୍ଗ୍‌ ଫୋରମ ସଭାପତି ନରେନ୍ଦ୍ର ପୃଷ୍ଟି, ସାମାଜିକକର୍ମୀ ଗଣେଶ ସାମନ୍ତ ଯୋଗଦେଇ ପାଇକ ବିଦ୍ରୋହ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ସମ୍ପର୍କିତ ତଥ୍ୟଭିତ୍ତିକ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri