ରବିବାର ଶିକ୍ଷାନୁଷ୍ଠାନ ନ ଖୋଲିବାକୁ ଦାବି

ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ସବୁଦିନ ପାଠ ପଢ଼ାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ରବିବାର ପାଠ ପଢ଼ାକୁ ଶିକ୍ଷକମାନେ ନାପସନ୍ଦ କରିଛନ୍ତି। ସରକାରଙ୍କ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ସ୍ବାଗତ କରିଛି। ରବିବାର ଗୋଟିଏ ଦିନ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ମଞ୍ଚ ଦାବି କରିଛି। କୋଭିଡ୍‌ ମହାମାରୀ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ଓ କଲେଜ ବନ୍ଦ ହୋଇଥିଲେ ମଧ୍ୟ ଶିକ୍ଷକମାନେ କୋଭିଡ୍‌ କାର୍ଯ୍ୟ କରିବା ସହିତ ଅନ୍‌ଲାଇନ ଶିକ୍ଷାଦାନ ଜାରି ରଖିଥିଲେ। ବର୍ତ୍ତମାନର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶିକ୍ଷକମାନେ ଯଥା ସମ୍ଭବ ପିଲାମାନଙ୍କୁ ଶିକ୍ଷାଦାନ କରି ପରୀକ୍ଷା ପାଇଁ ପ୍ରସ୍ତୁତ କରିବାକୁ ସଙ୍କଳ୍ପବଦ୍ଧ। କିନ୍ତୁ ସପ୍ତାହରେ ମାତ୍ର ଗୋଟିଏ ଦିନ ଛୁଟି ଦିଆ ନ ଗଲେ ଏହା ଶିକ୍ଷକ ତଥା ଛାତ୍ରୀଛାତ୍ରଙ୍କ ମାନସିକ ସନ୍ତୁଳନ ନଷ୍ଟ କରିବ। ଯୁକ୍ତ ଦୁଇ ଓ ଯୁକ୍ତ ତିନି ଶ୍ରେଣୀରେ ୧୦୦ ମାର୍କ ସିଲାବସ ସାରିବା ପାଇଁ ୧୦୦ ଦିନିଆ କାର୍ଯ୍ୟ ଦିବସର ଆବଶ୍ୟକତା ଅନୁଭବ ହେଉ ନାହିଁ। ଏହାଛଡ଼ା ଜାନୁୟାରୀ ୩ରେ ପ୍ରକାଶିତ ବିଜ୍ଞପ୍ତିରେ ଉଚ୍ଚଶିକ୍ଷା ବିଭାଗ ରବିବାର ଅନୁଷ୍ଠାନ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗଣଶିକ୍ଷା ବିଭାଗ ଜାନୁୟାରୀ ୨ରେ ଶିକ୍ଷାନୁଷ୍ଠାନ ଖୋଲିବାକୁ ଘୋଷଣା କରିଛି। ଏହାଦ୍ୱାରା ଉଭୟ ବିଭାଗ ମଧ୍ୟରେ ସମନ୍ବୟ ନ ଥିବା ସ୍ପଷ୍ଟ ବାରି ହେଉଛି। ଯେଉଁ ଅନୁଷ୍ଠାନରେ ଯୁକ୍ତ ଦୁଇ ଓ ଯୁକ୍ତ ୩ ମିଳିତ ଭାବେ ଶିକ୍ଷାଦାନ କରାଯାଉଛି ସେଠାରେ ଶିକ୍ଷକମାନେ ଦ୍ୱନ୍ଦ୍ୱରେ ପଡୁଛନ୍ତି। ଜାନୁୟାରୀରୁ ଏପ୍ରିଲ ପହିଲା ମଧ୍ୟରେ ଛାତ୍ରୀଛାତ୍ରମାନଙ୍କ ପାଠ୍ୟଖସଡ଼ା ସାରିବା ପାଇଁ ଶିକ୍ଷକମାନେ ବଦ୍ଧପରିକର। ଏହାଛଡ଼ା ପ୍ରଶ୍ନପତ୍ର ଢାଞ୍ଚା କିପରି ହେବ ଓ କେତେ ମାର୍କର ସଂକ୍ଷିପ୍ତ ପ୍ରଶ୍ନ ଓ କେତେ ମାର୍କର ଦୀର୍ଘ ପ୍ରଶ୍ନ ରହିବ ତାହା ବିଭାଗ ଶୀଘ୍ର ଘୋଷଣା କଲେ ସେହି ଅନୁଯାୟୀ ଛାତ୍ରୀଛାତ୍ରଙ୍କୁ ପ୍ରସ୍ତୁତ କରିବା ସହଜ ହେବ ବୋଲି ମିଳିତ ମଞ୍ଚ ପକ୍ଷରୁ କୁହାଯାଇଛି। ସପ୍ତାହରେ କେବଳ ଗୋଟିଏ ଦିନ ଛୁଟି ଦେବାକୁ ମିଳିତ ମଞ୍ଚ ପକ୍ଷରୁ ଆବାହକ ଗୋଲକ ନାୟକ, ପ୍ରକାଶ ଚନ୍ଦ୍ର ମହାନ୍ତି, ପବିତ୍ର ମହଲା, ଗଗନ ବେଉରା, ବିନୋଦ ପାଣିଗ୍ରାହୀ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?