ହତ୍ୟା ଅଭିଯୁକ୍ତ ଶିକ୍ଷକଙ୍କ ବଦଳି ଦାବି

ପରଜଙ୍ଗ, ୩।୭(ଡି.ଏନ୍‌.ଏ.): ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜୟପୁରାକାଟେଣୀ ଗ୍ରାମରେ ଶୁକ୍ରବାର ୨ ପରିବାର ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟି ବୈକୁଣ୍ଠ ସାହୁ (୬୫) ନାମକ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ମୃତକଙ୍କ ପୁଅ ପିଣ୍ଟୁ ସାହୁ ଏବଂ ଅପର ଗୋଷ୍ଠୀର ୨ଜଣ ଗୁରୁତର ହୋଇଛନ୍ତି। ବୈକୁଣ୍ଠ ବିଲରେ କାମ କରୁଥିବାବେଳେ ସଂଘବଦ୍ଧ ଭାବେ ଆକ୍ରମଣ କରି ତାଙ୍କୁ ହତ୍ୟା କରାଯାଇଥିଲା। ଏଥିରେ ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ତଥା ପ୍ରତିପକ୍ଷ ଗୋଷ୍ଠୀର ଅଜୟ ସାହୁ, ତାଙ୍କ ସମ୍ପର୍କୀୟ ସଞ୍ଜୟ ସାହୁ, ନନ୍ଦିନୀ ସାହୁ, ଚିଣ୍ଟୁ ସାହୁ ଏବଂ ସୁରେନ୍ଦ୍ର ସାହୁଙ୍କ ସମ୍ପୃକ୍ତି ରହିଥିବା ମୃତକଙ୍କ ପୁଅ ଆଦିତ୍ୟ ପ୍ରସାଦ ସାହୁ ଥାନାରେ ଏତଲା ଦେଇଛନ୍ତି। ଅଭିଯୁକ୍ତମାନେ ତାଙ୍କ ପରିବାର ନିପାତ କରିଦେବାକୁ ଧମକ ଦେଇଛନ୍ତି। ତେଣୁ ପୋଲିସ ପକ୍ଷରୁ ଆବଶ୍ୟକ ସୁରକ୍ଷା ଯୋଗାଇଦେବାକୁ ସେ ଦାବି କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ୩ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ଅନ୍ୟପଟେ ହତ୍ୟାକାଣ୍ଡ ମାମଲାରେ ଶିକ୍ଷକ ଅଜୟଙ୍କ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ତାଙ୍କୁ ଅନ୍ୟତ୍ର ବଦଳି କରିବାକୁ ଗ୍ରାମବାସୀ ଏବଂ ଅଭିଭାବକ ଦାବି କରିଛନ୍ତି। ଏହା ନ ହେଲେ ସେମାନେ ପିଲାମାନଙ୍କୁ ସ୍କୁଲଛାଡ଼ିବେ ନାହିଁ ଏବଂ ଫାଟକରେ ତାଲା ପକାଇ ପ୍ରତିବାଦ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଜରିଆରେ ବିଇଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏ ସଂକ୍ରାନ୍ତରେ ଅଭିଯୁକ୍ତ ଶିକ୍ଷକ ଅଜୟଙ୍କ ପ୍ରତିକ୍ରିୟା ନେବାକୁ ତାଙ୍କ ମୋବାଇଲ (ନଂ. ୯୧୭୮୯୨୨୯୦୬ /୮୨୪୯୨୨୯୩୯୧)ରେ ଯୋଗାଯୋଗ କରାଯାଇଥିଲା। ତେବେ ଗୋଟିଏ ନମ୍ବରରେ ଇନ୍‌କମିଂ କଲ୍‌ ସୁବିଧା ଉପଲବ୍ଧ ନ ଥିବାବେଳେ ଅନ୍ୟଟି ବନ୍ଦ ଥିଲା। ଅନ୍ୟପଟେ ବିଦ୍ୟାଳୟ ରେଜିଷ୍ଟର ଯାଞ୍ଚ ବେଳେ ସେ ଜୁନ୍‌ ୩୦ରୁ ୨ ତାରିଖ ଯାଏ ସ୍ବାସ୍ଥ୍ୟଗତ କାରଣରୁ ଛୁଟିରେ ଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ପରଜଙ୍ଗ ବିଇଓ ହରିହର ଦେହୁରୀଙ୍କୁ ଯୋଗାଯୋଗ କରିବାରେ ସେ କହିଛନ୍ତି, ଯଦି ଅଭିଯୋଗରେ ସତ୍ୟତା ଥିବ ତେବେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri