ଅଧାପନ୍ତରିଆ ରାସ୍ତା ମରାମତି ଦାବି

ଯାଜପୁର ଅଫିସ/ରଗଡି (ଡି.ଏନ.ଏ.),୩।୫: ଯାଜପୁର ଜିଲାର ଗ୍ରାମ୍ୟ ଉନ୍ନୟନ ବିଭାଗରେ ଠିକାଦାରଙ୍କ ମନମୁଖି କାର୍ଯ୍ୟ ବଢ଼ିବାରେ ଲାଗିଛି। କେଉଁଠି ନିମ୍ନମାନର କାମ କରି ଠିକାଦାର ଆବଣ୍ଟିତ ଅନୁଦାନର ସିଂହଭାଗ ଅର୍ଥ ଚଳୁ କରୁଛନ୍ତି ତ ଆଉ କେଉଁଠି ଅଧାପନ୍ତରିଆ କାର୍ଯ୍ୟ କରି ଛତ୍ରଭଙ୍ଗ ହେଉଥିବା ନଜରକୁ ଆସୁଛି। ଯାଜପୁର ଜିଲା କୋରେଇ ବ୍ଲକ ଅନ୍ଧାରୀ ପଞ୍ଚାୟତ ୨୦ ନମ୍ବର ଜାତୀୟ ରାଜପଥର ରଗଡିିଠାରୁ କିଆପଦା ରାସ୍ତାକୁ ଏହାର ଏକ ଜ୍ୱଳନ୍ତ ଉଦାହରଣ ଭାବେ ନିଆଯାଇପାରିବ। ଏହି ୫.୫ କିମି ରାସ୍ତାର ମରାମତି ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପ୍ରାୟ ୬୧ ଲକ୍ଷ ଟଙ୍କା ବ୍ୟୟ ବରାଦ ହୋଇଥିଲା। ହେଲେ କାମ ଆରମ୍ଭରୁ ଠିକାଦାର ୩.୫ କିମି ପର୍ଯ୍ୟନ୍ତ ଅତି ନିମ୍ନମାନର କାମ କରି ଲକ୍ଷାଧିକ ଟଙ୍କା ଚଳୁ କରିବାକୁ ଉଦ୍ୟମ କରୁଥିବାବେଳେ ଗ୍ରାମବାସୀ ତୀବ୍ର ବିରୋଧ କରିଥିଲେ। ପରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ବିଶ୍ୱରଞ୍ଜନ ବେହେରା ଗ୍ରାମବାସୀଙ୍କ ଉପସ୍ଥିତିରେ କାର୍ଯ୍ୟର ମାନ ପରଖି ଥିଲେ। ମରାମତି ହୋଇଥିବା ୩.୫ କି.ମି. ରାସ୍ତା ନିମ୍ନମାନର ହୋଇଥିବା ତଦନ୍ତରେ ଜଣାପଡ଼ିବା ପରେ କନିଷ୍ଠ ଯନ୍ତ୍ରୀ ବେହେରା ପୁନର୍ବାର କାର୍ଯ୍ୟ କରିବା ପାଇଁ ଠିକାଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଯନ୍ତ୍ରୀଙ୍କ ନିର୍ଦ୍ଦେଶକୁ ଅବମାନନା କରି ସମ୍ପୃକ୍ତ ଠିକାଦାର ୧ ମାସରୁ ଊର୍ଦ୍ଧ୍ୱ ହେବ ଅଧାପନ୍ତରିଆ କାର୍ଯ୍ୟ କରି ପଳାଇଛନ୍ତି। ମରାମତି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବାକୁ ଗ୍ରାମବାସୀ ବିଭିନ୍ନ ମହଲରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ଅଧିକାରୀ ଏହାକୁ କର୍ଣ୍ଣପାତ କରୁ ନାହାନ୍ତି। ରାସ୍ତା ଉପରେ ନିର୍ଭରଶୀଳ ପ୍ରାୟ ୧୦ ଗ୍ରାମର ଲୋକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ମରାମତି କାର୍ଯ୍ୟ ଶେଷ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଯଦି ଠିକାଦାର ଜାଣିଶୁଣି କାମ ବନ୍ଦ କରିଥିବେ ତେବେ ତାଙ୍କୁ କଳା ତାଲିକାଭୁକ୍ତ କରିବାକୁ ମଧ୍ୟ ଦାବି ହେଉଛି। କନିଷ୍ଠ ଯନ୍ତ୍ରୀ ବେହେରାଙ୍କୁ ପଚାରିବାରୁ ସେ କହିଛନ୍ତି, ସମ୍ପୃକ୍ତ ଠିକାଦାରଙ୍କ ସହ ଯୋଗାଯୋଗ ହେଉଛି। ଖୁବ୍‌ଶୀଘ୍ର ପୁଣି କାମ ଆରମ୍ଭ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri