କେନ୍ଦୁଝର, ୧।୧(ସ୍ବ.ପ୍ର.) କେନ୍ଦୁପତ୍ର ଉପରୁ ଜିଏସ୍ଟି ଉଚ୍ଛେଦ ଓ ଅନ୍ୟାନ୍ୟ ଦାବି ନେଇ କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶତାଧିକ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳି କାଳୀପଡ଼ିଆରୁ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। କେନ୍ଦୁଝର ଡିଭିଜନ ସମ୍ପାଦକ ସଞ୍ଜୟ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ସଂଘର ରାଜ୍ୟ ସମ୍ପାଦକ ମହମ୍ମଦ ମୁରତାଜା, କାର୍ଯ୍ୟକାରୀ ସଭାପତି ସଞ୍ଜିତ୍ ମହାନ୍ତି, ଉପସଭାପତି ଗୋକୁଳ ମେହେର, କେନ୍ଦୁଝର ଡିଭିଜନ ସମ୍ପାଦକ ସଞ୍ଜୟ ଚୌଧୁରୀ, ଯୁଗ୍ମ ସମ୍ପାଦକ ଦିବ୍ୟସିଂ ଦେହୁରୀ, ଶଙ୍କର୍ଷଣ ସାହୁ, ସେକ୍ସନ ସମ୍ପାଦକ ରବି ନାରାୟଣ ମହାନ୍ତ ପ୍ରମୁଖ ସାମିଲ ବକ୍ତବ୍ୟ ରଖିଥିଲେ। ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ଜୀବନ ଜୀବିକା ସୁରକ୍ଷା ପାଇଁ କେନ୍ଦ୍ର ସରକାର ଜିଏସ୍ଟି ଉଚ୍ଛେଦ ପାଇଁ ଜିଲାପାଳଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରାଯାଇଛି।
କେନ୍ଦୁପତ୍ର ତୋଳାଳିମାନଙ୍କ ହିତାଧିକାରୀ ହେବା ପାଇଁ ୨୦୦୦ ଟଙ୍କା କେରି ମାପଦଣ୍ଡକୁ ଉଠାଯାଇ ୧୦୦୦ କରାଯିବା, ବନ୍ଧେଇ ଶ୍ରମିକମାନଙ୍କ ଲାଗି ଉଦ୍ଦିଷ୍ଟ ପ୍ରତି ଦଶ ବଣ୍ଡଲର ମାନଦଣ୍ଡ କରି ପୂର୍ବପରି ମାନଦଣ୍ଡ, ପୂର୍ବରୁ ୨୦୧୮ ପର୍ଯ୍ୟନ୍ତ ଚାଲି ଆସିଥିବା ଓ ଏହା ପରଠାରୁ ସ୍ଥଗିତ ଥିବା ସାମାଜିକ ସୁରକ୍ଷା ସହାୟତା କାର୍ଯ୍ୟକ୍ରମ ପୁନଃ ପ୍ରଚଳନ, ବୋନସ ଓ ପ୍ରୋତ୍ସାହନ ରାଶି ପରିମାଣ ବୃଦ୍ଧି, କେନ୍ଦୁପତ୍ର ଦର ବୃଦ୍ଧି, କେନ୍ଦୁପତ୍ର ସଂସ୍ଥାକୁ ଉନ୍ନତ ଓ କଲ୍ୟାଣ ଅଭିମୁଖୀ କରିବାକୁ ୨୦୦ କୋଟି ଟଙ୍କାର ଏକ ରିଭୋଲଭିଙ୍ଗ ଫଣ୍ଡ ଆଦି ଦାବି ହୋଇଛି। ଗ୍ରାମସଭା ନାମରେ କେନ୍ଦୁପତ୍ର ପରିଚାଳନାକୁ ଘରୋଇକରଣ କରା ନ ଯାଉ। ଗତ ୩ ବର୍ଷ ମଧ୍ୟରେ ଅତ୍ୟଧିକ ପରିମାଣର ଦର ଦାମ୍ ବୃଦ୍ଧି ହୋଇଥିବାରୁ ୨୦୨୨ରେ ସର୍ବନିମ୍ନ ମଜୁରୀ ସଂଶୋଧନ ପାଇଁ ପଦକ୍ଷେପ ନିଆଯିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
Archives

